ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ

ବରଗଡ଼:ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣାର ସପ୍ତାହେ ପରେ ପୁଲିସ୍‌ ସୋମବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା (୩୬), ପ୍ରହଲ୍ଲାଦ ଦାଶ (୩୩) ଏବଂ ଜଗଦଲପୁର ଥାନା ଅନ୍ତର୍ଗତ ଧୂମାଭଟାର ଜୟକୃଷ୍ଣ ଡନସେନା (୪୦) । ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର ଅଛି । ଯୁବତୀ ନିଖୋଜ ଘଟଣାର ୯ଦିନ ପରେ ବି ପୁଲିସ୍‌ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ବିଫଳ ହୋଇଛି । ଏହାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ବିଜେଡି, ବ୍ୟବସାୟୀ ସଂଘ, ବିଭିନ୍ନ ସାମାଜିକ ସଙ୍ଗଠନ ସମେତ ୩୦ ରାଜନୈତିକ ଓ ଅଣରାଜନୈତିକ ସଙ୍ଗଠନ ଏହାକୁ ସମର୍ଥନ ଜଣାଇଛନ୍ତି । ସକାଳୁ ସହର ବିଭିନ୍ନ ଛକରେ ବନ୍ଦ ପାଳନ ହେଉଥିବାର ଦେଖିବାକୁ ମିଳିଛି। ବିଭିିନ୍ନ ସଂଗଠନ ପକ୍ଷରୁ ପିକେଟିଂ ସହ ରାସ୍ତାରୋକ କରୁଛନ୍ତି। ଅତ୍ୟାବଶ୍ୟକ ସେବା ଓ ଜରୁରୀ କାଳୀନ ସେବାକୁ ବାଦ ଦେଇ ବିଭିନ୍ନ ସ୍କୁଲ କଲେଜ ସରକାରୀ ବେସରକାରୀ ଅନୁଷ୍ଠାନ କାର୍ୟ୍ୟାଳୟ ସକାଳ ୬ ଟା ରୁ ସନ୍ଧ୍ୟା ୫ ଟା ପର୍ୟ୍ୟନ୍ତ ବନ୍ଦ ରହିବ ।

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ଗତ ୧୨ ତାରିଖରେ ଯୁବତୀ ଜଣକ ନିଖୋଜ ହୋଇଯାଇଥିଲେ । ନିଖୋଜର ୩୬ ଘଣ୍ଟା ପରେ ୧୪ ତାରିଖରେ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା । ନିଖୋଜ ଦିନ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ । ଯୁବତୀ ଉଦ୍ଧାର ପରେ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ହୋଇଥିବା ନେଇ ଅଭିଯୋଗ କରିଥିଲେ । ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ବରଡ଼ୋଳ ଛକରେ ଗ୍ରାମବାସୀଙ୍କ ରାସ୍ତାରୋକ କରିଥିଲା । ୪୮ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ଗିରଫ ହେବେ ବୋଲି ପୁଲିସ୍‌ ପ୍ରତିଶ୍ରୁତି ଦେଇଥିଲା । ଏଥିରେ ବିଫଳ ହେବା ପରେ ଶନିବାର ସର୍ବଦଳୀୟ ବୈଠକରେ ବରଗଡ଼ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଥିଲା ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି