ଆଜି ୧୪ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ସୋମବାର ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ। ତେଣୁ ଏନେଇ ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବଜ୍ରପାତ ନେଇ ୧୫ଜିଲା କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଏହା ଆସନ୍ତା ୭ ଦିନ ପର୍ୟ୍ୟନ୍ତ ଜାରି ରହିବ। ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ରବିବାର ସୂଚନା ଦେଇଥିଲେ। ଓଡ଼ିଶାକୁ ମୌସୁମୀ ଆସିବାକୁ କିଛିଦିନ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ। ଅନ୍ୟପଟେ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ