
ପୁରୀ: ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।




