ଆନନ୍ଦପୁର ଉପଖଣ୍ଡ ପାଇଁ ପ୍ରାୟ ୪୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଆନନ୍ଦପୁର ଉପଖଣ୍ଡ ପାଇଁ ପ୍ରାୟ ୪୨ କୋଟି ଟଙ୍କାର ୧୬ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଥିବା ବେଳେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ପ୍ରାୟ ୧୧୮ କୋଟି ଟଙ୍କା ବ୍ୟୟର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆନନ୍ଦପୁର ମହାବିଦ୍ୟାଳୟର ଭିତ୍ତିଭୂମି ବିକାଶ, ମଲ୍ଟି ପର୍ପୋଜ ହଲ ନିର୍ମାଣ, ସେମିନାର ହଲ ନିର୍ମାଣ, ଖେଳପଡିଆର ଉନ୍ନତିକରଣ ନିମନ୍ତେ ୭ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।ଏହାକୁ ସ୍ୱାୟଂଶାସିତ ମହାବିଦ୍ୟାଳୟର ମାନ୍ୟତା ପାଇଁ ସମସ୍ତ କାର୍ଯ୍ୟ ସମ୍ପାଦନ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିବା ବେଳେ ଆନନ୍ଦପୁର ଠାରେ ଷ୍ଟାଡିଅମର ପୂର୍ଣ୍ଣାଙ୍ଗ କଳେବର ପାଇଁ ୨୦ କୋଟି ଟଙ୍କାର ଆର୍ଥିକ ସହାୟକ ଘୋଷଣା କରିଛନ୍ତି।ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆନନ୍ଦପୁର ମହାବିଦ୍ୟାଳୟର ଶୈକ୍ଷିକ ପରିବେଶ ଅନନ୍ୟ। ପ୍ରତିବର୍ଷ ଏହି ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ପରୀକ୍ଷାଗୁଡ଼ିକରେ ବିଭିନ୍ନ ବିଷୟରେ ପ୍ରତିଭାବାନ ଛାତ୍ରଛାତ୍ରୀମାନେ ଶୀର୍ଷତମ ସ୍ଥାନ ଅଧିକାର କରି ଏହି ଅନୁଷ୍ଠାନର ଗାରିମାକୁ ବହୁଗୁଣିତ କରିଛନ୍ତି l ଏପରି ଏକ ମହାନ ଅନୁଷ୍ଠାନରେ ମୁଁ ଅଧ୍ୟୟନ କରିବାର ସୁଯୋଗ ପାଇଥିବାରୁ ମୁଁ ନିଜକୁ ଧନ୍ୟ ମନେକରୁଛି lଏହି ଅବସରରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ମହାବିଦ୍ୟାଳୟରେ ପଢ଼ୁଥିବା ସମୟର ସ୍ମୃତିକୁ ମନେ ପକାଇଥିଲେ। ନିଜ ପୁରାତନ ଶିକ୍ଷକ ଓ ବନ୍ଧୁ ମାନଙ୍କ ବିଷୟରେ କହି ସେ ଭାବବିହ୍ୱଳ ହୋଇ ପଡ଼ିଥିଲେ।

ନିଜ ଉଦବୋଧନରେ ମୁଖ୍ୟମନ୍ତ୍ରୀ ୧୯୮୭ ମସିହାରେ + ୨ ବିଜ୍ଞାନ ପଢ଼ୁଥିବା ସମୟର ଅନେକ ଘଟଣାକୁ ମନେ ପକାଇବା ସହିତ ବରିଷ୍ଠ ବନ୍ଧୁ ମାନଙ୍କ ସାହାଯ୍ୟ ବିଷୟରେ କହିଥିଲେ।ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ତୁମ ମାନଙ୍କୁ ଦିନେ ସଫଳ କରାଇବ। ନିଜ ପରିଶ୍ରମ ଉପରେ ଦୃଢ଼ ବିଶ୍ଵାସ ଏବଂ ନିଜ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଆଶୀର୍ବାଦ ହିଁ ତୁମ ମାନଙ୍କୁ ତୁମ ମାନଙ୍କ ଲକ୍ଷ୍ୟସ୍ଥଳରେ ପହଂଚାଇବ, ବୋଲି ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇ କହିଥିଲେ।

ଆଜିର ଛାତ୍ରଛାତ୍ରୀ କାଲିର ଭବିଷ୍ୟତ । ବର୍ତ୍ତମାନ ଶିକ୍ଷା ଏକ ବଡ ସମସ୍ଯା ନୁହେଁ, ସବୁଠାରୁ ବଡ ସମସ୍ଯା ହେଉଛି ଗୁଣାତ୍ମକ ଶିକ୍ଷା। ଯୁବବର୍ଗଙ୍କୁ ଉତ୍ତମ ଶିକ୍ଷା ପରିବେଶ ଜରିଆରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ଦକ୍ଷତା ବିକାଶ କରି ସେମାନଙ୍କୁ ଭାରତର ବିକାଶଧାରାରେ ସାମିଲ କରିବା ଲକ୍ଷ୍ୟରେ ଆମେ ନୂତନ ଶିକ୍ଷାନୀତି ୨୦୨୦କୁ କାର୍ଯ୍ୟକାରୀ କରିଛୁ । ଯୁବପିଢ଼ିଙ୍କୁ ଏକ ସାମଗ୍ରିକ ଏବଂ ଉପାଦେୟ ଶିକ୍ଷା ବ୍ୟବସ୍ଥା ପ୍ରଦାନ କରି ଯୋଗ୍ୟ କରିବା ଲକ୍ଷ୍ୟ ହେଉଛି ଏହି ନୂତନ ଶିକ୍ଷା ନୀତିର ଉଦ୍ଦେଶ୍ୟ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କିନ୍ତୁ, ଦୁଃଖର କଥା ରାଜନୈତିକ କାରଣରୁ ଏହାକୁ ଓଡିଶାରେ କାର୍ଯ୍ୟକରି କରାଯାଇ ନ ଥିଲା। କିନ୍ତୁ, ଆମ ସରକାର ଆସିବା ମାତ୍ରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ, ରାଜ୍ୟରେ NEP-2020 କାର୍ଯ୍ୟକାରୀ କରାଯାଇଛି ଏବଂ ସ୍ଥାନୀୟ ପ୍ରସଙ୍ଗୀକରଣ ସହିତ ଜାତୀୟ ପାଠ୍ୟକ୍ରମ ଢାଞ୍ଚା (NCF)କୁ ଓଡ଼ିଶା ପାଇଁ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଭାବରେ ମଧ୍ୟ ଗ୍ରହଣ କରାଯିବ।

ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ମହାବିଦ୍ୟାଳୟ ସ୍ତରରେ ପି.ଏମ୍‍. ଉଷା ଯୋଜନା ଲାଗୁ କରାଯାଉଛି ବୋଲି ପ୍ରକାଶ କରି ସେ କହିଲେ ଯେ ଏହି ଯୋଜନାରେ ଗୁଣାତ୍ମକ ଶିକ୍ଷାଦାନ, ଆଇ.ସି.ଟି. ଆଧାରିତ ଭିତ୍ତିଭୂମି ଏବଂ ଛାତ୍ରଛାତ୍ରୀମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି ବୋଲି ସେ କହିଥିଲେ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ