
ଦେବଗଡ଼:ଜିଲ୍ଲା ବରିଷ୍ଠ ନାଗରିକ ଫୋରମ ପକ୍ଷରୁ ଆଜି ଆନ୍ତର୍ଜାତିକ ଶିକ୍ଷକ ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ, ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ଫୋରମର ସଭାପତି ଡ.ରାମଚନ୍ଦ୍ର ମହାପାତ୍ର,ସଂପାଦକ ଗୌରହରି ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ଅଶୋକ ମିଶ୍ର ଓ ଉଦୟ କୁମାର ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ବହୁ ଶିକ୍ଷକଙ୍କୁ ଫୋରମ ପକ୍ଷରୁ ସମ୍ମାନିତ କରାଯାଇଥିଲା। ଏହାସହିତ ଫୋରମ ପକ୍ଷରୁ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ କବି ଓ କବୟିତ୍ରୀ ଯୋଗ ଦେଇ ସ୍ବରଚିତ କବିତା ପାଠ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଫୋରମର ସଦସ୍ୟଙ୍କ ସମେତ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ








