ଆନ୍ଧ୍ରକୁ ଖୁସି କରିବା ପାଇଁ ଓଡିଶାର ଅଞ୍ଚଳକୁ ଟେକି ଦିଆଯାଇଛି

ଭୁବନେଶ୍ୱର: ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ବିଜେପି ସରକାରରେ ଓଡିଶାକୁ ଅଧିକ ମିଳିବା ପରିବର୍ତ୍ତେ ଓଡ଼ିଶାର ହକ୍କୁ ଛଡାଇ ନିଆଯାଉଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଓଡ଼ିଶା ଦିବସ ପାଳନ ସମୟରେ ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଓଡିଶାରେ ଥିବା ପୂର୍ବତଟ ରେଳବାଇରୁ କାଢିନେଇ ଆନ୍ଧ୍ରପ୍ରଦେଶରେ ଥିବା ଦକ୍ଷିଣତଟ ରେଳବାଇରେ ମିଶ୍ରଣ କରାଯାଇଛି, ଯାହାକୁ ନେଇ ବିଜେଡି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ।
ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ଉପସଭାପତି ଅତନୁ ସବ୍ୟସାଚୀ ନାୟକ ଓ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଡବଲ ଇଞ୍ଜିନ ସରକାର ରାଜ୍ୟକୁ ଡବଲ ଧୋକା ଦେଉଛନ୍ତି ବୋଲି ଅଭିଯୋଗ କରିଛନ୍ତି ।
ଶ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ପୂର୍ବତଟ ରେଳବାଇ ଦେଶରେ ଥିବା ସମସ୍ତ ରେଳବାଇ ଡିଭିଜନ ଭିତରେ ସବୁଠାରୁ ଅଧିକ ରାଜସ୍ୱ ଦେଉଥିବା ଡିଭିଜନ । ଆନ୍ଧ୍ରକୁ ଖୁସି କରାଇବାକୁ ଯାଇ ଓଡ଼ିଶାରେ ଥିବା ପୂର୍ବତଟ ରେଳବାଇକୁ ଦୁର୍ବଳ କରିବାକୁ ଲଗାତର ଉଦ୍ୟମ ହେଉଛି । ପ୍ରାୟ ୧ ବର୍ଷ ତଳେ କୋରାପୁଟ ଜିଲ୍ଲା ଓ ରାୟଗଡା ଜିଲ୍ଲାର କିଛି ଅଂଶକୁ ଦକ୍ଷିଣତଟ ରେଳବାଇରେ ସାମିଲ କରାଯାଇଥିଲା । ଏବେ ଓଡ଼ିଶା ଦିବସ ପାଳିତ ହେଉଥିବା ବେଳେ ପଲାସା ଓ ଇଚ୍ଛାପୁରମକୁ ଦକ୍ଷିଣତଟ ରେଳବାଇରେ ସାମିଲ କରାଯାଇଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହେଉଛି ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ କ୍ଷମତାକୁ ଆସିଥିବା ବିଜେପିର ନେତାମାନେ ରାଜ୍ୟ ପ୍ରତି ଏହି ଅନ୍ୟାୟ ବିରୋଧରେ ସ୍ୱର ଉତ୍ତୋଳନ କରିବା ପାଇଁ ସାହସ ଜୁଟାଇ ପାରୁନାହାନ୍ତି । ପୂର୍ବତଟ ରେଳବାଇକୁ ଲଗାତର ଭାବେ ସଙ୍କୁଚିତ କରାଯାଉଛି, କିନ୍ତୁ ଓଡ଼ିଶାର ୨୦ ଜଣ ଲୋକସଭା ବିଜେପି ସାଂସଦ ଓ ରାଜ୍ୟର ନେତୃତ୍ୱ ମୁହଁରେ ତୁଣ୍ଡି ଦେଇ ବସି ରହିଛନ୍ତି । ଏହା ଅତ୍ୟନ୍ତ ଦୁଃଖଦ ଓ ଦୁର୍ଭାଗ୍ୟଜନକ । ଯେଉଁ ୨୦ ଜଣ ଲୋକସଭା ବିଜେପି ସାଂସଦ ରାଜ୍ୟରୁ ଯାଇଛନ୍ତି, ରାଜ୍ୟବାସୀ ଜାଣିବାକୁ ଚାହୁଁଛନ୍ତି ସେମାନଙ୍କ ଭୂମିକା କ’ଣ? ଏହାଛଡା ଜଣେ ଓଡ଼ିଶାର ସାଂସଦ ରେଳମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଓଡ଼ିଶାର ସ୍ୱାର୍ଥକୁ ଆନ୍ଧ୍ର ପାଖରେ ବନ୍ଧା ପକାଇଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଶ୍ରୀ ନାୟକ କହିଥିଲେ ।
ଡ଼ ଲେନିନ ମହାନ୍ତି କହିଥିଲେ, ରାଜ୍ୟରେ ଅନୁନ୍ୟ ୬ଟି ଜିଲ୍ଲାକୁ ରେଳ ସଂଯୋଗ ହୋଇପାରି ନାହିଁ । ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ କ୍ଷମତାକୁ ଆସିଲେ, ଓଡିଶାକୁ ଅଧିକ କ’ଣ ଦେବେ, ଓଡ଼ିଶାର ହକ୍କୁ ଛଡାଇ ନେଉଛନ୍ତି । ଏହାକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାହାର କରିବା ସହିତ ଓଡ଼ିଶାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଥିବା ରେଳ ଅଞ୍ଚଳ ଗୁଡିକୁ ଦକ୍ଷିଣ-ପୂର୍ବ ରେଳବାଇରୁ କାଢି ପୂର୍ବତଟ ରେଳବାଇରେ ମିଶ୍ରଣ କରି ଏହାକୁ ଅଧିକ ସୁଦୃଢ଼ କରିବା ପାଇଁ ବିଜେଡି ଦାବି କରୁଛି ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ