ଆମେ ହାରିନୁ, ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇନୁ: ନବୀନ

ଭୁବନେଶ୍ୱର: ଆଜି ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ । ସାରା ରାଜ୍ୟରେ ବିଜେଡି ନିଜର ପ୍ରତିଷ୍ଠା ଦିବସ ପାଳନ କରୁଛି । ଭୁବନେଶ୍ୱରସ୍ଥ ଶଙ୍ଖଭବନରେ ମଧ୍ୟ ବିଜେଡି ନିଜର ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଗତ ନିର୍ବାଚନରେ ଦଳର ପରାଜୟର କାରଣ ସମ୍ପର୍କରେ କହିଛନ୍ତି ।
ସେ କହିଛନ୍ତି ଯେ ଆମେ ହାରିନୁ, ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇନୁ । ବିଜେପି ମିଛ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଛି । ବିଜେପି ମିଛ କଥା କହି ଲୋକଙ୍କୁ ଭୂଅାଁ ବୁଲାଇଛି । ଏତେ ମିଛ କହି ମଧ୍ୟ ବିଜେପି ଆମଠୁ କମ ଭୋଟ ପାଇଛି । ଓଡ଼ିଶାବାସୀ ଜାଣିସାରିଲେଣି ଯେ ବିଜେପି ମିଛ କହି ସରକାରକୁ ଆସିଛି । ଆମର ଭୁଲ ହେଲା ଆମେ ସେମାନଙ୍କ ମିଛର କାଉଣ୍ଟର କରିପାରିଲୁ ନାହିଁ ବୋଲି ନବୀନ କହିଛନ୍ତି ।

ପ୍ରତିଷ୍ଠା ଦିବସ ଅବସରରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ୍ସ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ସେ କହିଛନ୍ତି, ଓଡ଼ିଶାବାସୀଙ୍କ ବିଶ୍ବାସ ଓ ଭରଷାକୁ ଅତୁଟ ରଖି ବିଜେଡି ଦୃଢତା ସହ ଆଗକୁ ବଢୁଛି । ପ୍ରତିଟି କର୍ମୀଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ କାର୍ୟ୍ୟ ବିଜେଡିକୁ ଶ୍ରେଷ୍ଠ ଆଞ୍ଚଳିକ ଦଳର ପରିଚୟ ଦେଇଛି । ଓଡ଼ିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ । ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଆସନ୍ତୁ ସଙ୍କଳ୍ପବଦ୍ଧ ହେବା । ଏକ ହୋଇ ଓଡ଼ିଶାବାସୀଙ୍କ ସେବାରେ ଲଢେଇକୁ ସମସ୍ତେ ଜୋରଦାର କରିବା ନବୀନ ଦେଇଛନ୍ତି ଆହ୍ବାନ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ