ଆମୋନିଆ ଗ୍ୟାସ୍ ଲିକ୍‌ ; ୭ ମହିଳା ମୃତ

ଚେନ୍ନଇ : ତାମିଲନାଡୁର ତିରୁଭଲ୍ଲୁର ଜିଲା ଅନ୍ତର୍ଗତ ପେରିୟାପାଲାୟମ୍‌ ଠାରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ରପ୍ତାନି (ସି-ଫୁଡ୍‌) କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍‌ ହୋଇ ୭ଜଣ ମହିଳାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଓଡ଼ିଆ ମହିଳା ଥିବା ଆଶଙ୍କା କରାଯାଉଛି। ଏହି ଘଟଣାରେ ୬୦ ଜଣ ଅସୁସ୍ଥ ହୋଇ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ସହିତ ଅସୁସ୍ଥଙ୍କ ମଧ୍ୟରେ ଅନେକ ଓଡିଆ ରହିଛନ୍ତି। ରିପୋର୍ଟ ଅନୁଯାୟୀ​‌ ସେଣ୍ଟ ପିଟର୍ସ ପଲ୍‌ ସିଫୁଡ୍‌ ଏକ୍ସପୋର୍ଟ କମ୍ପାନୀରେ ଏହି ଅଘଟଣ ଘଟିଛି। ଏନଡିଆରଏଫ୍ ବାହିନୀ ସ୍ବତନ୍ତ୍ର ସୁରକ୍ଷା ପୋଷାକ ସହିତ କମ୍ପାନୀ ପରିସରରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି। କମ୍ପାନୀ ପରିସରରେ ଓଡ଼ିଶା, ଆସାମ ଓ ଝାଡଖଣ୍ଡର ପ୍ରାୟ ୧୨୦ଜଣ ଶ୍ରମିକ ରହି କାମ କରୁଥିଲେ। ରବିବାର ଛୁଟି ଦିନ ସତ୍ତ୍ବେ କର୍ମଚାରୀମାନେ କମ୍ପାନୀ ପରିସରରେ ରହିଥିଲେ। ତେଣୁ ଗ୍ୟାସ୍ ଲିକ୍ ପ୍ରଭାବରେ କର୍ମଚାରୀମାନେ ପ୍ରାଣ ହରାଇଛନ୍ତି। ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍‌ରୁ ଆମୋନିଆ ଗ୍ରାସ୍ ଲିକ୍ ହୋଇ ଚାରିଆଡକୁ
ବ୍ୟାପୀ ଯାଇଥିଲା। ଏହାର ପ୍ରଭାବରେ କର୍ମଚାରୀମାନେ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ସହିତ ସେମାନଙ୍କ ପାଟି ଓ ନାକରୁ ରକ୍ତସ୍ରାବ ହୋଇଥିଲା। ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା; ମାତ୍ର ସେଠାରେ ୭ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ତାମିଲନାଡୁ ମୁଖ୍ୟ ଯୋଶେଫ ବିଜୟ ଗଭୀର ଦୁଃଖ ପ୍ରକାଶ କରିବା ସହିତ ତଦନ୍ତ ପାଇଁ ତିନି ଜଣିଆ କମିଟି ଗଠନ କରିଛନ୍ତି। କମିଟିକୁ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହା ସହିତ ପରିସ୍ଥିତିକୁ ଅନୁଧ୍ୟାନ କରିବା ଲାଗି ଆଇଟି ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।
ଏହି ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଅସୁସ୍ଥ ଓଡ଼ିଆ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରି ଓଡ଼ିଆ ଶ୍ରମିକଙ୍କ ଉପଯୁକ୍ତ ଚିକିତ୍ସା ଏବଂ ଅନ୍ୟାନ୍ୟ ସହାୟତା ବ୍ୟବସ୍ଥା କରିଛନ୍ତି। ସେଠାରେ ତୁରନ୍ତ ସମନ୍ୱୟ ରକ୍ଷା କରିବା ସହ ଓଡ଼ିଆ ଶ୍ରମିକ ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବା ପାଇଁ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁ ଅଭିମୁଖେ ଯାତ୍ରା କରିଛନ୍ତି।

  • Related Posts

    supremem court on property ସମ୍ପତ୍ତି ମାଲିକାନାର ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ

    ନୂଆଦିଲ୍ଲୀ : ମ୍ୟୁଟେସନ ପ୍ରକ୍ରିୟାରେ ଜମିବାଡି ବା ସମ୍ପତ୍ତିର ରାଜସ୍ବ ରେକର୍ଡରେ ନାମ ପରବର୍ତ୍ତନ କରିବା ଦ୍ବାରା ଜଣଙ୍କର ମାଲିକାନାସ୍ବତ୍ବ ଲୋପ ହୁଏ ନାହିଁ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟରେ କହିଛନ୍ତି। ସେହିପରି ମ୍ୟୁଟେସନ ଦ୍ବାରା ଜଣେ ଅନ୍ୟ ଜଣଙ୍କର…

    Continue reading
    jayasanker meet putin ପୁଟିନଙ୍କୁ ଭେଟିଲେ ଜୟଶଙ୍କର

    ମସ୍କୋ : ରୁଷ ରାଷ୍ଟ୍ରପତି ଭ୍ଳାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିପାରନ୍ତି। ଆସନ୍ତା ୧୨-୧୩ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ସେ ସାମିଲ ହୋଇପାରନ୍ତିି। ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ସୋମବାର ମସ୍କୋରେ ପୁଟିନଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ