ଆମ୍ବଟାକୁଆ ଘଟଣାର ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲାରେ ଆମ୍ବଟାକୁଆ ଖାଇ ୨ଜଣ ମହିଳାଙ୍କ ମୃତ୍ୟୁ ହେବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ହେବା ଘଟଣାର ତଦନ୍ତ ରାଜସ୍ୱ ଡିଭିଜନ କମିଶନର(ଆରଡିସି) କରିବେ । ଏନେଇ ଖୁବଶୀଘ୍ର ବିଧିବଦ୍ଧ ବିଜ୍ଞପ୍ତି ଓ ଏସଓପି ଜାରି ହେବ । ଭବିଷ୍ୟତରେ ଯେଭଳି ଏପରି ଘଟଣାର ପୁନରାବୃତ୍ତି ନହେବ ସେଥିପାଇଁ ମଧ୍ୟ ଆରଡିସି ଆବଶ୍ୟକ ମତାମତ ଦେବେ ବୋଲି ଜଣାପଡ଼ିଛି ।

ଉଲ୍ଲେଖଯୋଗ୍ୟ, କନ୍ଧମାଳ ଜିଲ୍ଲାର ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଂଚାୟତର ମାଣ୍ଡିପଙ୍କା ଗାଁରେ ଆମ୍ବଟାକୁଆ ଖାଇ ମୃତ୍ୟୁ ହୋଇଥିବା ଘଟଣାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି । ବିରୋଧୀ କଂଗ୍ରେସ ଏନେଇ ଆଜି ରାଜ୍ୟପାଳଙ୍କୁ ଭେଟି ଫେରାଦ ହେବା ସହ ପ୍ରଭାବିତ ଲୋକଙ୍କୁ ଉପଯୁକ୍ତ ନ୍ୟାୟ ଦେବା ପାଇଁ ଦାବି କରିଛି । କଂଗ୍ରେସର ବରିଷ୍ଠ ନେତା ଶ୍ରୀକାନ୍ତ ଜେନା ମଧ୍ୟ ଘଟଣାସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରି ଫେରିବା ପରେ କଂଗ୍ରେସର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ଆଦିବାସୀ ଅଂଚଳରେ ପେସା ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ସହ କନ୍ଧମାଳ ଓ ଗଜପତି ଜିଲ୍ଲାର ବିକାଶ ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ନିମନ୍ତେ ମଧ୍ୟ ପ୍ରସ୍ତାବ ଦେଇଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ