
ଭୁବନେଶ୍ୱର: ଆରମ୍ଭ ହୋଇଛି ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନାରେ ନବମ ଓ ଏକାଦଶ ଶ୍ରେଣୀର ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ।
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଚେକ ପ୍ରଦାନ କରିଛନ୍ତି। ତା’ସହିତ ସହିଦ ମାଧୋ ସିଂଙ୍କ ଅଣନାତି ଲୋକେଶ୍ୱର ସିଂ ବରିହାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।







