ପୁରୀ,19/10: ଆସନ୍ତାକାଲି ପବିତ୍ର ଦୀପାବଳୀ ବା ପୟାଶ୍ରାଦ୍ଧ । ଏହି ଅବସରରେ ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡବଡୁଆ ଡାକିବେ ଶ୍ରଦ୍ଧାଳୁ । ଏଥିପାଇଁ ସିଂହଦ୍ୱାର ନିକଟରେ ଭକ୍ତଙ୍କ ପ୍ରବଳ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ଭକ୍ତଙ୍କ ସୁରକ୍ଷା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
୨୦ ଏବଂ ୨୧ ତାରିଖ ଦୁଇଦିନ ପାଇଁ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ୍ କରାଯାଇଛି । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ସହିତ ୪ ଜଣ ଅତିରିକ୍ତ ଏସପି , ୧୫ ଡିଏସପି, ୧୪ ଜଣ ଇନ୍ସପେକ୍ଟର ମୁତୟନ ହେବେ ବୋଲି ସୂଚନା ରହିଛି ।
ଜେନ୍-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ
ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…




