ଆସନ୍ତାକାଲି ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ: ଆଇସିସି ଚାମ୍ପିୟନ୍ସ କ୍ରିକେଟ ଟ୍ରଫିର ପ୍ରଥମ ସେମିଫାଇନାଲରେ ଆସନ୍ତାକାଲି ଦୁବାଇରେ ଭାରତ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଏହି ମ୍ୟାଚ୍ ଭାରତୀୟ ସମୟ ଅପରାହ୍ନ ସାଢ଼େ ୨ଟାରୁ ଆରମ୍ଭ ହେବ। ଗତକାଲି ରାତିରେ ଦୁବାଇରେ ଖେଳାଯାଇଥିବା ଶେଷ ଲିଗ୍ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଗ୍ରୁପ୍ -ଏ’ର ତିନିଟି ଯାକ ମ୍ୟାଚ୍ ଜିତି ଶୀର୍ଷରେ ରହିଛି। ବୁଧବାର ଲାହୋରରେ ଖେଳାଯିବାକୁ ଥିବା ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଗ୍ରୁପ୍ ବି ବିଜେତା ଦକ୍ଷିଣ ଆଫ୍ରିକାକୁ ଭେଟିବ। ସେମିଫାଇନାଲର ବିଜେତା ଦଳ ରବିବାର ଫାଇନାଲରେ ମୁହାଁମୁହିଁ ହେବେ।
ଗ୍ରୁପ ଏ’ରେ ଭାରତ ୩ଟି ଯାକ ମ୍ୟାଚରେ ବିଜୟ ଲାଭ କରି ୬ ପଏଣ୍ଟ ସହ ଶୀର୍ଷରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ୩ଟି ମ୍ୟାଚରୁ ଗୋଟିଏରେ ପରାସ୍ତ ହୋଇ ୪ ପଏଣ୍ଟ ସହ ଦ୍ଵିତୀୟ ସ୍ଥାନରେ ରହିଛି। ବାଂଲାଦେଶ ଓ ପାକିସ୍ତାନ ୩ଟି ଲେଖାଏଁ ମ୍ୟାଚରୁ ଗୋଟିଏ ଲେଖାଏଁ ମ୍ୟାଚ ଜିତି ୧ ପଏଣ୍ଟ ସହ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛନ୍ତି।

ସେହିପରି ଗ୍ରୁପ ବି’ରେ ଦକ୍ଷିଣ ଆଫ୍ରିକା ୩ଟି ମ୍ୟାଚରୁ ୨ଟିରେ ବିଜୟ ସହ ୫ ପଏଣ୍ଟ ପାଇ ପ୍ରଥମ ସ୍ଥାନରେ ଥିବା ବେଳେ ଅଷ୍ଟ୍ରେଲିଆ ୨ଟି ଓ ଆଫଗାନିସ୍ତାନ ୧ଟି ମ୍ୟାଚରେ ଜିତିବା ସହ ୪ ଓ ୩ ପଏଣ୍ଟ ସହ ଦ୍ଵିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। କୌଣସି ମ୍ୟାଚ ନ ଜିତି ଇଂଲଣ୍ଡ ୪ର୍ଥ ସ୍ଥାନରେ ରହିଛି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ