ଆସନ୍ତା ୩ ବର୍ଷରେ ପୂରଣ ହେବ ୪୪,୪୩୩ ଶିକ୍ଷକ

ଭୁବନେଶ୍ବର: ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ହେବ ବ୍ୟାପକ ପରିବର୍ତ୍ତନ। ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ହେବ ସୁଦୃଢ଼। ପ୍ରାଥମିକ ଶିକ୍ଷା ପାଇଁ ରାଜ୍ୟରେ ରହିବ ଗୋଟିଏ ବୋର୍ଡ। ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବେ ସରକାର। ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବେ ରାଜ୍ୟ ସରକାର। ସେହିପରି ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ୪୫ ହଜାର ଶିକ୍ଷକ ନିଯୁକ୍ତ ହେବେ। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ କରିବାକୁ ପଡିବ।” ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ।
ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି। ରାଜ୍ୟରେ ବର୍ତ୍ତମାନ ୪୫,୨୯୨ଟି ପ୍ରାଥମିକ ବିଦ୍ୟାଳୟରେ ୧,୬୦,୩୧୯ଟି ଶିକ୍ଷକ ପଦବୀ ରହିଛି। ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯,୩୬୬ ଟି ପଦବୀ ସୃଷ୍ଟି କରାଯିବ। ଏହାସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ। ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪,୪୩୩ଟି ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ।
ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି। ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE ଓ CHSE) କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଉଛି। ନବମ ଓ ଦଶମ ଶ୍ରେଣୀରେ କେବଳ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ପାଠ୍ୟପୁସ୍ତକ ଦିଆଯାଉଛି। ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଆବଶ୍ୟକତା ସହିତ ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ପ୍ରତ୍ୟେକ ୩୦୦ ପିଲାଙ୍କ ପାଇଁ ଜଣେ ANM ବା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ ପ୍ରକ୍ରିୟାରେ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ଦ୍ୱାରା ପିଲାମାନଙ୍କ ସହିତ ଭାଷାଗତ ଯୋଗାଯୋଗରେ ସୁବିଧା ହେବ। ଶିକ୍ଷାର ମାନ ବୃଦ୍ଧି ପାଇବ । ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକ ମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବରେ ନିଯୁକ୍ତି ଦିଆଯିବ।

NCERT ଢାଞ୍ଚାରେ SCERTକୁ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ। Director of Textbook Publication and Marketing ସଂସ୍ଥାର ସୃଦୃଢୀକରଣ କରାଯିବ। ବୈଠକରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ଓସେପାର ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଓଡ଼ିଶାର ୧୭ ଜଣଙ୍କୁ ପୁଲିସ ସେବା ପୁରସ୍କାର,୨ ଜଣଙ୍କୁ ରାଷ୍ଟ୍ରପତି ପଦକ

    ଭୁବନେଶ୍ବର : ୨୦୨୬ ପାଇଁ ପୁଲିସ ସେବା ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୁଲିସ ସେବା ପୁରସ୍କାର। ୫ ଜଣଙ୍କୁ ସାହାସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ମିଳିବ ପ୍ରଶଂସନୀୟ ସେବା ପଦକ।…

    Continue reading
    ୨୦୩୦ ସୁଦ୍ଧା ଗୁଣାତ୍ମକ ବିଦ୍ୟୁତ ସେବା: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟରେ ୨୧୦ଟି ଗ୍ରୀଡ୍‌ ସବ୍‌ଷ୍ଟେସନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ