ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ ହେବ । ଏଥିସହ ଉଷ୍ମ ଆଦ୍ରତା ସ୍ଥିତି ଅନୁଭୂତ ହେବ । ଏ ନେଇ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି କହିଛି ପାଣିପାଗ କେନ୍ଦ୍ର । ହାଲକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ଝଟକା ପବନ ମଧ୍ୟ ଅନୁଭୂତ ହେବ। ଏ ନେଇ ଆସନ୍ତା ୨୪ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ଝଟକା ପବନ ଘଂଟା ପ୍ରତି୩୦ପ୪୦ କିଲୋମିଟର ରହିବ । ଆସନ୍ତାକାଲି ଗଂଜାମ , ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର ।

ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ୯ ରୁ ପବନର ଦିଗ ବଦଳିବ । ପାଗରେ ପରିବର୍ତ୍ତନ ଆସିବ । ୧୦ ତାରିଖରେ ଉପକୁଳ ସମେତ ଉତ୍ତର ଓଡ଼ିଶାରେ ବର୍ଷା ହେବ । ୧୧ ରୁ ତାପମାତ୍ରା କମିବ । ୧୨ରୁ ତାପମାତ୍ରା ପ୍ରାୟ କମିଯାଇ ପାରେ। ୧୩ ରୁ ସାରା ଓଡ଼ିଶାରେ ତାପମାତ୍ରା କମିଯିବ । ୩୨ପ୩୩ ଡିଗ୍ରୀ ସେଲସିୟସ ତାପମାତ୍ରା ମଧ୍ୟରେ ରହିବ । ମଡେଲ ଅନୁସାରେ ୧୧ପ୧୩ ଯାଏଁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇ ପାରେ । ଉତ୍ତର ଓଡ଼ିଶାରେ ୧୫ ତାରିଖ ରାତିରୁ ବର୍ଷା ବଢ଼ିବ। ୧୬/୧୭ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଲଘୁଚାପର ରୂପ ମଧ୍ୟ ନେଇ ପାରେ । ପ୍ରଭାବରେ ଉପକୁଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ହେବ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ