ଆସିଲା ସୌମ୍ୟଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ମୃତ୍ୟୁ ଘଟଣାରେ ବଡ ରହସ୍ୟ ସାମ୍ନାକୁ ଆସିଛି। ଗୁରୁବାର ଆସି ସାରିଛି ସୌମ୍ୟଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ। ମସ୍ତିଷ୍କରେ ଗଭୀର ଆଘାତ ଯୋଗୁଁଁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ସୌମ୍ୟଙ୍କ ଶରୀରର ୨୧ଟି ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ଏହାସହ ସୌମ୍ୟଙ୍କୁ କଠିନ ଭାରି ବସ୍ତୁରେ ବାରମ୍ବାର ଆକ୍ରମଣ ମଧ୍ୟ କରାଯାଇଛି। ସୌମ୍ୟ ନିଶା ଦ୍ରବ୍ୟ ସେବନ କରିଥିଲେ କି ନାହିଁ ତାହା ଜାଣିବା ପାଇଁ ନମୁନା ସଂଗ୍ରହ କରାଯାଇ ପୁଲିସକୁ ଦିଆଯାଇଛି।

ସୂଚନା ଯୋଗ୍ୟ,ଗତ ମେ ୭ରେ ଗାଡ଼ି ଦୁର୍ଘଟଣା ଓ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ଆଣି ସୌମ୍ୟଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ସୌମ୍ୟଙ୍କ ପରିବାର ପ୍ରଥମରୁ ଅଭିଯୋଗ କହିଥିଲେ। ଏନ୍‌ଏଚ୍‌ଆର୍‌ସି ଟିମ୍ ଆଗରେ ମଧ୍ୟ ସୌମ୍ୟଙ୍କ ମାଆ ପୁଅକୁ ଦିଆଯାଇଥିବା ନିର୍ଯାତନା ସମ୍ପର୍କରେ ବୟାନ ରଖିଥିଲେ। ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏବେସୁଦ୍ଧା ୧୮ ଅଭିଯୁକ୍ତ ଗିରଫ ହୋଇଛନ୍ତି।

  • Related Posts

    ସ୍ୱାମୀ ଲକ୍ଷ୍ମଣାନନ୍ଦ କମିସନ୍‌ ରିପୋର୍ଟ ହଜିବା ଦୁର୍ଭାଗ୍ୟଜନକ ଘଟଣା :ଜଷ୍ଟିସ ଏ.ଏସ୍‌ ନାଇଡୁ

    ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଘଟଣା ନାଇଡୁ କମିସନ୍‌ ରିପୋର୍ଟ ହଜିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଜଷ୍ଟିସ ଏ.ଏସ୍‌ ନାଇଡୁ। ଏହା ଏକ ଦୁର୍ଭାଗ୍ୟ ଜନକ ଘଟଣା ବୋଲି କହିଛନ୍ତି। ଦେଢ଼ ହଜାର ପୃଷ୍ଠାର ରିପୋର୍ଟ ପ୍ରସ୍ତୁତ ହୋଇ ସରକାରଙ୍କୁ ଦିଆ…

    Continue reading
    ଥାର୍ଡ ଡିଗ୍ରୀ : ୨ ଅବକାରୀ ଅଧିକାରୀ ନିଲମ୍ବିତ

    କେନ୍ଦ୍ରାପଡ଼ା : ଚୋରାମଦ ବିକ୍ରି ନେଇ ଅଭିଯୋଗ କରିଥିବା ଯୁବକଙ୍କୁ ଥାର୍ଡ ଡିଗ୍ରୀ କରିବା ଘଟଣା। କେନ୍ଦ୍ରାପଡ଼ା ଜିଲ୍ଲାର ଦୁଇ ଅବକାରୀ ଅଧିକାରୀ ନିଲମ୍ବନ ହୋଇଛନ୍ତି।ନିଲମ୍ବିତ ଅଧିକାରୀ ଦୁଇ ଜଣ ହେଲେ ଅବକାରୀ SI ଛାୟାକାନ୍ତ ନାୟକ, ASI ପ୍ରଦୀପ ମଲ୍ଲିକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ