ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସେପ୍ଟେମ୍ବର ୨ ତାରିଖ ବେଳକୁ ଆସୁଛି ଆଉ ଏକ ଲଘୁଚାପ। ଏଥିପାଇଁ ରବିବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନ‌ା ଜାରି କରାଯାଇଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସ୍ବାଭାବିକ ସ୍ଥାନରୁ ତଳକୁ ରହିଛି। ପୂର୍ବ-ଦକ୍ଷିଣ-ପୂର୍ବ ଦିଗ ହୋଇ ଛତିଶଗଡ଼ର ରାୟପୁର, ଓଡ଼ିଶାର ପୁରୀ ସହିତ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଜି କଟକ, ଭୁବନେଶ୍ବର, ପାରାଦ୍ବୀପ, ଗୋପାଳପୁର, ଛତ୍ରପୁର, ଖୋର୍ଦ୍ଧା, ପୁରୀ ଆଦି ଜିଲାଗୁଡ଼ିକରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କମଳା ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ