ଆସୁଛି ‘ମୁରାସୁ’, ଆଣିବ ବର୍ଷା

ଭୁବନେଶ୍ବର: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବାଦଲଫଟା ବର୍ଷା ଦ୍ବାରା ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲାରେ ବନ୍ୟା ଓ ଭୂସ୍ଖଳନ ଦୁର୍ଦଶା ଲିଭିନାହିଁ। ବନ୍ୟା ବିପନ୍ନ ଲୋକମାନେ ଏବେବି ପାଣିଘେରରେ ରହି ନାନା କକର୍ଥନା ଭୋଗୁଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ଆଉ ଏକ ବାତ୍ୟାର ପୂର୍ବାନୁମାନ କରିଛି। ଏହା ବିପନ୍ନଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା ସମସ୍ୟା ସୃଷ୍ଟି କରିବାକୁ ଯାଉଛି। ଆଉ ଗୋଟିଏ ବାତ୍ୟା ‘ମୁରାସୁ’ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅର୍ଣ୍ଣବ ଯେଉଁଭଳି ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁ ଉତ୍ତର ପଶ୍ଚିମ ମୁହାଁ ହୋଇ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷିଲା, ସେହିଭଳି ମୁରାସୁ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷିବ ବୋଲି ଆକଳନ କରାଯାଇଛି। ଏପରିକି ଅତି ପ୍ରବଳ ବର୍ଷା ଆସନ୍ତା ୩ ଓ ୪ତାରିଖରେ ଓଡ଼ିଶା ପାଇଁ ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।
ସୃଷ୍ଟ ଲଘୁଚାପ ଶନିବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଓ ଆଣ୍ଡାମାନ ସାଗରରେ ଏକ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି। ଆଜି ମଧ୍ୟରାତିରେ ଅଧିକ ଘନୀଭୂତ ହୋଇ ଏକ ଗଭୀର ଅବପାତ ରୂପ ନେବା। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରବିବର ଏକ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଆସନ୍ତା ୨ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଭୀଷଣ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଆସନ୍ତା ୩ତାରିଖ ସକାଳୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ ଏବଂ ନେଲୋର-ନରଶପୁର ମଧ୍ୟରେ ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଅତିକ୍ରମ କରିବ। ଘଣ୍ଟାପ୍ରତି ପବନର ବେଗ ୧୦୦ରୁ ୧୧୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୧୨୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ସ୍ପଷ୍ଟ କରିଛି। ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମାଡ଼ି ଆସୁଥିବା ବାତ୍ୟା ନାମ ‘ମୁରାସୁ’। ଏହାର ନାମକରଣ ଭାରତ କରିଛି। ମୁରାସୁ ଗୋଟିଏ ତାମିଲ ଶବ୍ଦ। ଏହାର ଅର୍ଥ, ଏକ ପ୍ରକାର ବାଦ୍ୟଯନ୍ତ୍ର/ଢ଼ୋଲ କିମ୍ବା ନାଗରା ଭଳି ପ୍ରାଚୀନ ବାଦ୍ୟ।

ଆଇଏମ୍‌ଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଶନିବାର ସକାଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ରରେ ଥିଲା। ମଧ୍ୟାହ୍ନ ସମୟରେ ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ପାଖରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପ୍ରାୟତଃ ୩୦୦କି.ମି.ଦୂରରେ କେନ୍ଦ୍ରୀଭୂତ ହେଉଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଶନିବାର ରାତିରେ ଏକ ଗଭୀର ଅବପାତରେ ପରିଣତ ହୋଇପାରେ। ରବିବାର ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ସମ୍ଭାବ୍ୟ ବାତ୍ୟା ୨ତାରିଖ ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ। ସର୍ବାଧିକ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୧୦୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ। ବାତ୍ୟା ଅର୍ଣ୍ଣବରେ ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୧୫୦କି.ମି.ଥିଲା। କିନ୍ତୁ ଏହି ବାତ୍ୟାରେ ସର୍ବାଧିକ ପବନର ବେଗ ଘଣ୍ଟାପ୍ରତି ୧୦୦କି.ମି. ରହିବ ବୋଲି ଆକଳନ କରାଯାଇଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ବିଶେଷକରି ଆସନ୍ତା ୩ ଓ ୪ ତାରିଖରେ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଛି। ବର୍ତ୍ତମାନ ଏହାର କେନ୍ଦ୍ରସ୍ଥଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ଏବଂ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କି.ମି. ବହୁଛି। ସର୍ବାଧକ ପବନ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବାହିତ ହେବା ସମ୍ଭାବନା ରହିଛି। ବାତ୍ୟାର ପ୍ରଭାବ ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଓଡ଼ିଶାରେ ପଡ଼ିବ। ଆସନ୍ତା ୨ତାରିଖ ସନ୍ଧ୍ୟା ପାଖରୁ ଦକ୍ଷିଣ ଓଡ଼ିଶା ପାଖ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ନିକଟସ୍ଥରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୬୦କି.ମି. ପର୍ଯ୍ୟନ୍ତ ବହିପାରେ। ୩ତାରିଖରେ ସେଠାରେ ଘଣ୍ଟାପ୍ରତି ପବନ ୫୦ରୁ ୬୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୭୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ। କେନ୍ଦ୍ରୀୟ, ଦକ୍ଷିଣ-ପଶ୍ଚିମ ଏବଂ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀ ଏହି ସମୟରେ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି।

  • Related Posts

    ରେଡ୍‌କ୍ରସ୍‌ ପାଣ୍ଠି ଆତ୍ମସାତ୍‌ ଅଭିଯୋଗ, ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ଗିରଫ

    ବ୍ରହ୍ମପୁର: ସରକାରୀରେଡ୍‌କ୍ରସ୍‌ ପାଣ୍ଠିର ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସଗଞ୍ଜାମଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ଗିରଫ କରିଛି। ସେ ବର୍ତ୍ତମାନ ସୁରଡ଼ା ତହସିଲ କାର୍ଯ୍ୟାଳୟରେ…

    Continue reading
    ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ ନାଥ

    ଆଇପିଏସ ସ୍ତରରେ ହୋଇଛି ଅଦଳ ବଦଳ। ଜେଲ୍‌ ଡିଜି ପଦରୁ ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ସୁଶାନ୍ତ କୁମାର ନାଥଙ୍କୁ ହଟାଇ ଦିଆଯାଇଛି। ତାଙ୍କୁ ଓଏସ୍‌ଡି ଭାବେ ଗୃହ ବିଭାଗକୁ ବଦଳି କରାଯାଇଛି। ରବିବାର ଏନେଇ ଗୃହ ବିଭାଗରୁ ବିଜ୍ଞପ୍ତି ପ୍ରକାଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି