ଭୁବନେଶ୍ୱର,07।09: ଚଳିତ ମାସର ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ଜଣାପଡିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି, ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ଆଶଙ୍କା ରହିଛି।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







