ଆହୁରି ୭ ଦିନ ଜାରି ରହିପାରେ ବର୍ଷା

ଭୁବନେଶ୍ବର: ଦେଶର ଅନେକ ରାଜ୍ୟରେ ବର୍ଷା ଜାରି ରହିଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍‌ ପଡ଼ିନାହିଁ। ରାଜ୍ୟରେ ବିଗତ କିଛି ଦିନ ହେଲା କାଳବୈଶାଖୀ ସହିତ ବର୍ଷା ଜାରି ରହିଛି। ଗ୍ରୀଷ୍ମଦିନରେ ନିଦାଘ ଖରା ନାହିଁ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଆଗାମୀ ୭ ଦିନ ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଅଧିକାଂଶ ସ୍ଥାନରେ ବର୍ଷା ସହିତ ଝଟ୍‌କା ପବନ ବହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ଗତକାଲି କେରଳରେ ମୌସୁମୀ ସ୍ପର୍ଶ କରିଛି। ଏହା ଧୀରେଧୀରେ ଆଗକୁ ଅଗ୍ରସର ହେଉଛି। କିନ୍ତୁ ଓଡ଼ିଶାକୁ ମୌସୁମୀ ଆସିବାରେ ଟିକେ ସମୟ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ