ଆୟୁଷ୍ମାନ ଭାରତ, ଶୁଭାରମ୍ଭ କରିବେ ଜେପି ନଡ୍ଡା

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡିହେବ ନୂଆ ଅଧ୍ୟାୟ । ରାଜ୍ୟରେ ଆଜିଠାରୁ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଅନ୍ୟମାନେ ଏହି କାର୍ୟ୍ୟକ୍ରମରେ ସାମିଲ ହେବେ । କଟକ ବାଦ୍ ୧୨ଟି ଜିଲ୍ଲାରେ କାର୍ୟ୍ୟକ୍ରମର ଶୁଭାରମ୍ଭ କରିବେ ବିଭିନ୍ନ ମନ୍ତ୍ରୀ ।

ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ । ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ । କେନ୍ଦ୍ର ସରକାରଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ୨୦୧୮ରୁ ଏହି ଯୋଜନାକୁ ଲାଗୁ କରୁନଥିଲେ ପୂର୍ବ ବିଜେଡି ସରକାର । ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଚଳାଇଥିଲେ ସରକାର । ଏବେ ଏହି ବିଏସକେୱାଇ ଯୋଜନାର ସ୍ଥାନ ନେବ ଆୟୁଷ୍ମାନ ଯୋଜନା ।

ପ୍ରାଥମିକ ଭାବେ କିଛି ଲୋକଙ୍କୁ ଆୟୁଷ୍ମାନ କାର୍ଡ ଦେବା ପାଇଁ ନୂଆ କାର୍ଡ ପ୍ରସ୍ତୁତ ହୋଇ ରହିଛି । ଆୟୁଷ୍ମାନ ଯୋଜନାରେ ରାଜ୍ୟରେ ସାଢ଼େ ୩ କୋଟି ୪୬ ଲକ୍ଷ ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ । ଉପକୃତ ହେବେ ୧କୋଟି ୩ ଲକ୍ଷରୁ ଅଧିକ ପରିବାର । ରୋଗୀଙ୍କୁ କ୍ୟାସଲେସ୍ ସୁବିଧା ଦିଆଯିବ । ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଁଏ କାର୍ଡ ମିଳିବ ।

ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳୁଥିଲା । ଦେଶର ୨୯୦୦୦ ଘରୋଇ ଓ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ପରିବାର ପିଚ୍ଛା ବାର୍ଷିକ ୫ ଲକ୍ଷ ଟଙ୍କା ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ପରିବାର ପିଚ୍ଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଚିକିତ୍ସା ସୁବିଧା ମିଳିବ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ