ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର,୧୮/0୮: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା। ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ପାଠ୍ୟକ୍ରମ ସହିତ ସ୍ନାତକୋତ୍ତର ଡିପ୍ଲୋମା, ଡିପ୍ଲୋମା ଓ ସାର୍ଟିଫିକେଟ ପାଠ୍ୟକ୍ରମ, ସ୍ନାତକ (ଭୋକେସ୍‌ନାଲ୍‌ ଷ୍ଟଡ଼ିଜ), ଟ୍ରାଭେଲ ଓ ଟୁରିଜିମ୍ ମ୍ୟାନେଜମେଣ୍ଟ, ବିବିଏ, ଏମବିଏ ଆଦି ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।
ଏହି କ୍ରମରେ ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷାରେ ଡିପ୍ଲୋମା (DECE- Diploma Programme in Early Childhood Care and Education) ପାଠ୍ୟକ୍ରମର ପାଠ୍ୟ ପୁସ୍ତକକୁ ଓଡ଼ିଆ ଭାଷାରେ ଅନୁବାଦ କରାଯାଇଛି, ଯାହାକୁ ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉନ୍ମୋଚନ କରିଛନ୍ତି। ଆଗରୁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ଦ୍ୱାରା ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷାରେ ଡିପ୍ଲୋମା ପାଠ୍ୟକ୍ରମକୁ ଇଂରାଜୀ, ହିନ୍ଦୀ ଓ ତାମିଲ ଭାଷାରେ ପ୍ରଦାନ କରାଯାଉଥିଲା, ବର୍ତ୍ତମାନ ଏହାକୁ ଓଡ଼ିଆ ଭାଷାରେ ମଧ୍ୟ ପ୍ରଦାନ କରାଯିବ। ଇଗ୍ନୋ ଦ୍ୱାରା ପ୍ରଦାନ କରାଯାଉଥିବା ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷାରେ ଡିପ୍ଲୋମା ପାଠ୍ୟକ୍ରମ ହେଉଛି ୧ ବର୍ଷିଆ କୋର୍ସ। ଶିକ୍ଷାର୍ଥୀମାନେ +୨ ପରେ ଏହି ପାଠ୍ୟକ୍ରମରେ ନାମ ଲେଖାଇପାରିବେ। ଏହି ପାଠ୍ୟକ୍ରମରେ ମୁଖ୍ୟତଃ ଶିଶୁଙ୍କ ପ୍ରାରମ୍ଭିକ ଶିକ୍ଷା, ଶିଶୁ ସ୍ଵାସ୍ଥ୍ୟ ଓ ପୋଷଣ ଆଦି ଉପରେ ଶିକ୍ଷା ପ୍ରଦାନ କରାଯିବ। ପାଠ୍ୟପୁସ୍ତକ ସହ ଶିକ୍ଷାର୍ଥୀମାନଙ୍କୁ ଅଡ଼ିଓ କ୍ୟାସେଟ ଏବଂ ଭିଡିଓ ଟ୍ୟୁଟୋରିଆଲ ମଧ୍ୟ ପ୍ରଦାନ କରାଯିବ। ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ବିଷୟବସ୍ତୁକୁ ଉକ୍ତ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି, ଯାହାଦ୍ୱାରା ଶିକ୍ଷାର୍ଥୀମାନେ ପାଠ୍ୟପୁସ୍ତକ ପଢିବା ସହ ଉକ୍ତ ପାଠ୍ୟକ୍ରମର ପ୍ରୟୋଗାତ୍ମକ ଦିଗ ଉପରେ ମଧ୍ୟ ଜ୍ଞାନ ଆହରଣ କରିପାରିବେ।
ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଇଗ୍ନୋ ପକ୍ଷରୁ ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷାରେ ଡିପ୍ଲୋମା ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରାଯିବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ବିଶେଷ ଭାବରେ ଆମ ବାଲ୍‌ ବାଟିକା ଏବଂ ଅଙ୍ଗନୱାଡ଼ିରେ କାର୍ଯ୍ୟ କରୁଥିବା କର୍ମୀ ଓ ପ୍ରଶିକ୍ଷକମାନେ ନିଜକୁ ଉକ୍ତ ପାଠ୍ୟକ୍ରମରେ ପଞ୍ଜିକୃତ କରି ଉପକୃତ ହୋଇପାରିବେ। ଓଡ଼ିଆ ଭାଷାରେ ପାଠ୍ୟକ୍ରମ ପ୍ରଚଳନ ହେବା ଦ୍ୱାରା ସମସ୍ତେ ପାଠ୍ୟକ୍ରମକୁ ଅତି ସହଜ ଓ ସରଳ ପଦ୍ଧତିରେ ପଢ଼ିପାରିବେ। ତତ୍‌ସହିତ ଉକ୍ତ ପାଠ୍ୟକ୍ରମଟି ଶିଶୁ ଶିକ୍ଷା ଓ ପୋଷଣ ଦିଗରେ ରୁଚି ରଖୁଥିବା ସମସ୍ତ ବ୍ୟକ୍ତିବିଶେଷ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବେସରକାରୀ ପ୍ଲେ ସ୍କୁଲର କର୍ମକର୍ତ୍ତାଙ୍କ ପାଇଁ ମଧ୍ୟ ସହାୟକ ହେବ।
ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ପ୍ରାରମ୍ଭିକ ଶିକ୍ଷା ହେଉଛି ଆମ ସମ୍ପୂର୍ଣ୍ଣ ଶିକ୍ଷା ବ୍ୟବସ୍ଥାର ମୂଳଦୁଆ। ପ୍ରାରମ୍ଭିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିପାରିଲେ ଆମ ସମ୍ପୂର୍ଣ୍ଣ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହୋଇପାରିବ। ଇଗ୍ନୋ ଦ୍ୱାରା ପ୍ରଦାନ କରାଯାଉଥିବା ଏହି ପାଠ୍ୟକ୍ରମ ନିଶ୍ଚିତ ରୂପେ ଆମ ପ୍ରାରମ୍ଭିକ ଶିକ୍ଷା ବ୍ୟବସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷ, କର୍ମୀ ଓ ପ୍ରଶିକ୍ଷକମାନଙ୍କର ଦକ୍ଷତା ବିକାଶ କରିପାରିବ, ଯଦ୍ୱାରା ସେମାନେ ସରଳ, ସୁଗମ ଓ ପ୍ରୟୋଗାତ୍ମକ ଶିକ୍ଷା ପଦ୍ଧତି ମାଧ୍ୟମରେ ଶିଶୁମାନଙ୍କୁ ଶିକ୍ଷା ପ୍ରଦାନ କରିପାରିବେ। ଜାତୀୟ ଶିକ୍ଷା ନୀତି-୨୦୨୦ରେ ପ୍ରାରମ୍ଭିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା, ପ୍ରାରମ୍ଭିକ ଶିକ୍ଷା ବ୍ୟବସ୍ଥା ଠାରୁ ନେଇ ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ଶିକ୍ଷାଦାନ ପଦ୍ଧତିକୁ ମାତୃଭାଷାରେ ପ୍ରଚଳନ କରିବା ପାଇଁ ପ୍ରୋତ୍ସାହିତ କରାଯାଇଛି। ମାତୃଭାଷାରେ ଶିକ୍ଷା ଲାଭ କଲେ ଛାତ୍ରଛାତ୍ରୀମାନଙ୍କର ସୃଜନଶୀଳତାର ବିକାଶ ହୋଇପାରିବ। ତୃଣମୂଳ ସ୍ତରରେ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହୋଇପାରିବ। “ସମସ୍ତଙ୍କ ପାଇଁ ଶିକ୍ଷା ଓ ସମସ୍ତଙ୍କ ପାଇଁ ଉଚ୍ଚଶିକ୍ଷା”ର ଲକ୍ଷ୍ୟକୁ ହାସଲ କରାଯାଇପାରିବ। ଆଜିର କାର୍ଯ୍ୟକ୍ରମରେ ଇଗ୍ନୋର ଏହି ଡିପ୍ଲୋମା ପାଠ୍ୟକ୍ରମରେ ନାମ ଲେଖାଇଥିବା ଅଙ୍ଗନବାଡ଼ି କର୍ମୀମାନେ ଆଭାସୀ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଇଗ୍ନୋର ସମସ୍ତ କର୍ମକର୍ତ୍ତାମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ମୋନିଷା ବାନାର୍ଜୀ, ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଉମା କାଞ୍ଜିଲାଲ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ