ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୩୧/୧୦/୨୦୨୫: ଆଜି ଆମେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ, ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ତାଙ୍କୁ ସ୍ମରଣ କରୁଛୁ। ଜାତି ପ୍ରତି ତାଙ୍କ ଅପରିମିତ ସେବା, ଦୃଢ଼ ଇଚ୍ଛାଶକ୍ତି ଓ ଅଦମ୍ୟ ନେତୃତ୍ୱ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରିତ କରେ। ଜାତୀୟ ଏକତା, ନାରୀ ସଶକ୍ତିକରଣ ଓ ଆତ୍ମନିର୍ଭର ଭାରତ ଗଠନରେ ତାଙ୍କ ଭୂମିକା ଅବିସ୍ମରଣୀୟ।ଆଜି ତାଙ୍କ ସ୍ମୃତିରେ ସମଗ୍ର ଦେଶ ଶ୍ରଦ୍ଧା ସୁମନ ଅର୍ପଣ କରୁଛି ଓ ତାଙ୍କ ଆଦର୍ଶକୁ ସ୍ମରଣ କରୁଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ଜୟଦେବ ଭବନ ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁପ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ ବୈଷୟିକ ଶ୍ରୀ ଗୁରୁବିର ସିଂହ, ଉପନିର୍ଦ୍ଦେଶକ( କ୍ଷେତ୍ର ) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଏବଂ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତି, ଭୁବନେଶ୍ୱରର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେଶ କୁମାର ରାଉତରାୟ, ସାଧାରଣ ସମ୍ପାଦକ ଅମୀୟ କୁମାର ପଟ୍ଟନାୟକ, ସମ୍ପାଦକ ପୃଥ୍ୟୁ ବଲ୍ଲଭ ପଟ୍ଟନାୟକ, ପି ଦେବେନ୍ଦ୍ର ରାୟ, ଦାଶରଥି ସାହୁ, ବସନ୍ତ କୁମାର ମହାରଣା, ନିରଞ୍ଜନ ବେହେରା ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।,

  • Related Posts

    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading
    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ