ଇବ୍‌ ନଦୀରେ ବୁଡ଼ି ଦୁଇ ମୃତ

ଝାରସୁଗୁଡ଼ା : ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ଣରେ ଗାଧୋଇ ଯାଇଥିବାବେଳେ ପାଣିରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ଚୌକିପଡ଼ାର ପଙ୍କଜ କୁମାର ସାହୁ(୨୦) ଏବଂ ଗିରିଜା ଶଙ୍କର ସାହୁ (୧୬)। ରବିବାର ଅପରାହ୍ଣ ପ୍ରାୟ ୩ଟାରେ ପଙ୍କଜ ଏବଂ ଗିରିଜା ନଦୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାବଶତଃ ସେମାନେ ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ। ବୁଡ଼ି ଯାଉଥିବା ଦେଖି ଲୋକେ ସେମାନଙ୍କୁ ପାଣିରୁ ବାହାର କରି ଆମ୍ବୁଲାନ୍ସରେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ମୁଖ୍ୟ ଚିକିତ୍ସାଳୟରେ କିଛି ସମୟ ଉତ୍ତେଜନା ଦେଖା ଯାଇଥିଲା। ବ୍ୟବଚ୍ଛେଦ ପରେ ପୁଲିସ ଦୁଇ ମୃତଦେହକୁ ସେମାନଙ୍କ ପରିବାରକୁ ହସ୍ତାନ୍ତର କରିଛି।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ