ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା

ପୁରୀ : ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଇସ୍କନ ପରିଚାଳନା ମୁଖ୍ୟ ମାୟାପୁରୀର ଗୋବର୍ଦ୍ଧନ ଦାସଙ୍କୁ ଚିଠି ଲେଖିଛନ୍ତି ଗଜପତି ।‌ ଦୀଘା ଜଗନ୍ନାଥ ମନ୍ଦିର ପରିଚାଳନା ଦାୟିତ୍ଵ ବା ଟ୍ରଷ୍ଟି ହେଉଛି ଇସ୍କନ ।‌ ଶ୍ରୀକ୍ଷେତ୍ର ବ୍ୟତୀତ ଆଉ କୌଣସି ସ୍ଥାନ କିମ୍ବା ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ଉଚିତ ନୁହେଁ । ସନାତନ ବୈଦିକ ଧର୍ମର ସର୍ବୋଚ୍ଚ ଧାର୍ମିକ ଅଧିକାରୀ ହେଉଛନ୍ତି ପରମ ପୂଜ୍ୟ ଜଗତଗୁରୁ ଶଙ୍କରାଚାର୍ୟ୍ୟ । ସେହିପରି ଜଗତଗୁରୁ ଶଙ୍କରାଚାର୍ୟ୍ୟ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ଓ ସଂସ୍କୃତିର ଆଦି ଗୁରୁ ଏବଂ ପରମଗୁରୁ । ମୁକ୍ତିମଣ୍ଡପ ପଣ୍ଡିତ ସଭା କହିଛନ୍ତି ଦୀଘାର ଶ୍ରୀଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଭାବରେ ନାମିତ କରାଯାଇପାରିବ ନାହିଁ । ଶ୍ରୀଜଗନ୍ନାଥ ଧାମ, ଶ୍ରୀ ପୁରୁଷୋତ୍ତମ ଧାମ ବା କ୍ଷେତ୍ର, ଶ୍ରୀକ୍ଷେତ୍ର ଏବଂ ଶ୍ରୀ ନୀଳାଚଳ ଧାମ ପରି ନାମକରଣ କେବଳ ପୁରୀରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କର ମୂଳ ପୀଠକୁ ବୁଝାଏ । ଅନ୍ୟ କୌଣସି ସ୍ଥାନ କିମ୍ବା ମନ୍ଦିର ପାଇଁ ଏହା ବ୍ୟବହାର ହୋଇପାରିବ ନାହିଁ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ