ଇସ୍ରାଏଲ ଉପରେ ହୁତିର ଆକ୍ରମଣ

ତେଲଆଭିଭ୍‌: ୟେମେନରେ ସକ୍ରିୟ ଥିବା ହୁତି ଆତଙ୍କବାଦୀ ସଂଗଠନ ଇସ୍ରାଏଲ ଉପରେ ଆକ୍ରମଣ କରିଛି। ରବିବାର ହୁତି କରିଥିବା ଡ୍ରୋନ ଆକ୍ରମଣରେ ଇସ୍ରାଏଲର ଏକ ବିମାନବନ୍ଦର କ୍ଷତିଗ୍ରସ୍ତ ହୋଇଛି। ଇଲାଟ୍‌ ସହରସ୍ଥିତ ରୋମାନ ଏୟାରପୋର୍ଟର ଯାତ୍ରୀ ଆଶ୍ରୟସ୍ଥଳ ନଷ୍ଟ ହୋଇଛି। ଏହି ଆକ୍ରମଣ ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଇସ୍ରାଏଲ ମିଲିଟାରୀ ମୁଖପାତ୍ର ହୁତିର ଆକ୍ରମଣ ସମ୍ପର୍କରେ ସ୍ପଷ୍ଟ କରିବା ସହିତ ଏହାର ତଦନ୍ତ କରାଯାଉଥିବା କହିଛନ୍ତି। ରୋମାନ ବିମାନବନ୍ଦର ଇସ୍ରାଏଲର ଇଲାଟ ସହର ନିକଟରେ ଅବସ୍ଥିତ। ଏହା ଜୋର୍ଡାନ, ଇଜିପ୍ଟ ସୀମାରେ ଅବସ୍ଥିତ। ଏଠାରୁ ଘରୋଇ ବିମାନ ସବୁ ଉଡାଣ କରିଥାଏ। ଆକ୍ରମଣ ସମ୍ପର୍କରେ ହୁତି ପକ୍ଷରୁ କୁହାଯାଇଛି ଯେ ପାଲେଷ୍ଟାଇନର ଗାଜା ଉପରେ ଇସ୍ରାଏଲ କରୁଥିବା ଆକ୍ରମଣର ପ୍ରତିଶୋଧ ନେବାକୁ ଏପରି ଆକ୍ରମଣ ହୋଇଛି। ଏହା ସହିତ ନିକଟରେ ଇସ୍ରାଏଲ ହୁତି ବିଦ୍ରୋହୀଙ୍କ ଉପରେ ନିକଟରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ହୁତିର ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ ହୋଇଥିଲା।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ