ଉତ୍କଳ ଦିବସ:ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ଓଡିଆଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ହ୍ୟାଣ୍ଡେଲରେ ଲେଖିଛନ୍ତି, “ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା ଓଡ଼ିଆ ଭାଇ ଭଉଣୀମାନଙ୍କୁ ‘ଓଡ଼ିଶା ଦିବସ’ର ହାର୍ଦ୍ଦିକ ଶୁଭେଚ୍ଛା । ୧୯୩୬ ମସିହା ଆଜିର ଦିନରେ ଭାଷା ଭିତ୍ତିରେ ଆମ ରାଜ୍ୟ ଓଡ଼ିଶା ପ୍ରଥମ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପ୍ରାପ୍ତ ହେବାର ଗୌରବ ଲାଭ କରିଥିଲା । ଆଜିର ପବିତ୍ର ଦିନରେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ସେହି ବରେଣ୍ୟ ସନ୍ତାନମାନଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଆସନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଆମେ ଆମର ଗୌରବମୟ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ଆହୁରି ସମୃଦ୍ଧ କରିବା ପାଇଁ ସଂକଳ୍ପବଦ୍ଧ ହେବା । ବନ୍ଦେ ଉତ୍କଳ ଜନନୀ ”

ଆଜି ଉତ୍କଳ ଦିବସ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ୯୦ ବର୍ଷ ପୁରଣ ହୋଇଛି । ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଆଜି ଓଡ଼ିଶା ମାନ୍ୟତା ହାସଲ କରିଥିଲା । ଏହି ସଫଳତା ପଛରେ ନିଜର ବଳିଦାନ ଦେଇଥିବା ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ମହାନତାକୁ ନତମସ୍ତକ ପ୍ରଣାମ । ଚଳିତବର୍ଷ ଉତ୍କଳ ଦିବସ ଅବସରରେ ଆଜିଠାରୁ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ୧୫ ଦିନ ଧରି ‘ଓଡ଼ିଆ ପକ୍ଷ’ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ ।
ରାଜ୍ୟ ପାଇଁ ଆଜି ଏକ ଗରିମାମୟ ଦିବସ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ନିଜ ଭାଷା, ରାଜ୍ୟ, ଐତିହ୍ୟ, ଇତିହାସକୁ ନେଇ ଗର୍ବ ଅନୁଭବ କରିଥାନ୍ତି । ଦେଶର ବହୁ ଉଚ୍ଚ ପଦପଦବୀରେ ଏବେ ଓଡ଼ିଆମାନେ ରହି ଦେଶର ପ୍ରଗତିରେ ଅସୀମ ଯୋଗଦାନ ଦେଉଛନ୍ତି । ଆଜି ଓଡ଼ିଶା ସହିତ ଓଡ଼ିଆ ଭାଷାଭାଷୀ ଲୋକଙ୍କ ପାଇଁ ଏକ ଗର୍ବର ଦିନ ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ