ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ୯୦ ବର୍ଷ ପୁରଣ ହୋଇଛି । ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଆଜି ଓଡ଼ିଶା ମାନ୍ୟତା ହାସଲ କରିଥିଲା । ଏହି ସଫଳତା ପଛରେ ନିଜର ବଳିଦାନ ଦେଇଥିବା ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ମହାନତାକୁ ନତମସ୍ତକ ପ୍ରଣାମ । ଚଳିତବର୍ଷ ଉତ୍କଳ ଦିବସ ଅବସରରେ ଆଜିଠାରୁ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ୧୫ ଦିନ ଧରି ‘ଓଡ଼ିଆ ପକ୍ଷ’ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ । ରାଜ୍ୟ ପାଇଁ ଆଜି ଏକ ଗରିମାମୟ ଦିବସ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ନିଜ ଭାଷା, ରାଜ୍ୟ, ଐତିହ୍ୟ, ଇତିହାସକୁ ନେଇ ଗର୍ବ ଅନୁଭବ କରିଥାନ୍ତି । ଦେଶର ବହୁ ଉଚ୍ଚ ପଦପଦବୀରେ ଏବେ ଓଡ଼ିଆମାନେ ରହି ଦେଶର ପ୍ରଗତିରେ ଅସୀମ ଯୋଗଦାନ ଦେଉଛନ୍ତି । ଆଜି ଓଡ଼ିଶା ସହିତ ଓଡ଼ିଆ ଭାଷାଭାଷୀ ଲୋକଙ୍କ ପାଇଁ ଏକ ଗର୍ବର ଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଅବସରରେ ଆଜି ଦେଶର ପ୍ରଧାନମନ୍ତ୍ରୀ ସମଗ୍ର ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ସେ ନିଜ ଢ ପୋଷ୍ଟରେ ଲେଖିଛନ୍ତି, “ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି ।”

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ