ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରଖଛନ୍ତି ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ । ଉତ୍ତରାଖଣ୍ଡର ଉତ୍ତରକାଶୀରେ ଆଜି ହୋଇଥିବା ବାଦଲଫଟା ବର୍ଷାରେ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଥିବା ସୂଚନା ମିଳିଛି। ଜଣେ ଭାରତୀୟ ସେନା ଅଧିକାରୀ କହିଛନ୍ତି ଯେ ତଳ ହର୍ଷିଲ ଘାଟି ଅଞ୍ଚଳର ଏକ ସେନା ଶିବିରରୁ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଏକ ବଡ଼ ଧରଣର ତଲାସୀ ଅଭିଯାନ ଆରମ୍ଭ କରାଯାଇଛି । କେବଳ ସେନା ଯବାନ ନୁହନ୍ତି ନିଖୋଜ ଗ୍ରାମବାସୀଙ୍କ ତଲାସୀ ପାଇଁ ବଡ଼ ଅଭିଯାନ ଚାଲିଛି ବୋଲି ସେ କହିଛନ୍ତି । ମଙ୍ଗଳବାର ଦ୍ବିପ୍ରହରେ ପ୍ରାୟ ୧ଟା ୪୫ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ମାତ୍ର ୩୪ ସେକେଣ୍ଡରେ ସମ୍ପୂର୍ଣ୍ଣ ଗାଁ ପାଣିରେ ବହିଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅନେକ ଲୋକ ମାଟି ତଳେ ଦବି ଥିବା ଅନୁମାନ କରାଯାଉଛି ।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ