ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର: ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ । ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ୟ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି ।

ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।

ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ୟ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

  • Related Posts

    ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ…

    Continue reading
    ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ