ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ଦୀପାବଳି ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏଥର ମୁଖ୍ୟମନ୍ତ୍ରୀ ନିବାସରେ ଦୀପାବଳି ଉତ୍ସବ ଆୟୋଜନ ହେବ ନାହିଁ। ଏଥିସହ ଦୀପାବଳି ଅବସରରେ ଉପହାର କିମ୍ବା ଫୁଲତୋଡ଼ା ନେଇ ମୁଖ୍ୟମନ୍ତ୍ରୀ ନିବାସକୁ ନ ଆସିବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି।
ମୁଖ୍ୟମନ୍ତ୍ରୀ ଦକ୍ଷିଣ ଓଡ଼ିଶାର ବନ୍ୟା ପ୍ରଭାବିତ ଲୋକଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି। ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତାର ହାତ ବଢ଼ାଇବା ସହ ସେମାନଙ୍କ ଦୁଃଖରେ ସାମିଲ ହେବାକୁ ସେ ଅନୁରୋଧ କରିଛନ୍ତି।

ବିପର୍ଯ୍ୟୟ ସମୟରେ ପ୍ରଭାବିତ ଲୋକଙ୍କ ପାଖରେ ଛିଡ଼ା ହେବା ଏବଂ ସେମାନଙ୍କୁ ସହଯୋଗ କରିବା ହିଁ ଏହି ସମୟରେ ସବୁଠାରୁ ବଡ଼ ମାନବିକତାର ପରିଚୟ। ତେଣୁ ଚଳିତ ବର୍ଷ ଦୀପାବଳିକୁ ଆଡ଼ମ୍ବରରେ ପାଳନ ନକରି ବିପନ୍ନଙ୍କ ସହ ଏକାତ୍ମତା ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ଏକ ସମ୍ବେଦନଶୀଳ ପଦକ୍ଷେପ ଭାବେ ଦେଖାଯାଉଛି।

  • Related Posts

    ଆମ ବସ୍‌ରେ ଅଗ୍ନିକାଣ୍ଡ

    ଫୁଲନଖରା: ଆମ ବସ୍ ରେ ଅଗ୍ନିକାଣ୍ଡ। ଅଳ୍ପକେ ବର୍ତ୍ତିଲେ ବସ୍ ରେ ଥିବା ଯାତ୍ରୀ। କଟକ ଜିଲ୍ଲା ଫୁଲନଖରା-ନିଆଳୀ ରାସ୍ତାର ଅଡ଼ଶପୁର ବସ୍ ଷ୍ଟାଣ୍ଡରେ ଘଟିଛି ଏଭଳି ଅଘଟଣ। ଭୁବନେଶ୍ୱରରୁ ଅଡ଼ଶପୁର କଲେଜ ଅଭିମୁଖେ ଯାଉଥିବା ଆମ ବସ୍ ଟି ବସ୍…

    Continue reading
    ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ର ଗିରଫ

    ବାଲେଶ୍ୱର: ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀ ତଥା ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ରଙ୍କୁ ଆଜି ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ଗତକାଲି ସେ ଜଣେ ବ୍ୟକ୍ତିଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି