ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ପ୍ରଭାତ ମଲ୍ଲିକ ଗୁରୁତର

କେନ୍ଦୁଝର : ରଜରେ କେନ୍ଦୁଝର ପୋଲିସର ଅପରାଧୀ ନିୟନ୍ତ୍ରଣ ଅଭିଯାନ। କୁଖ୍ୟାତ ଅପରାଧୀ ପ୍ରଭାତ ମଲ୍ଲିକକୁ ଏନକାଉଣ୍ଟର। ଗୁରୁତର ଅବସ୍ଥାରେ ପ୍ରଭାତ ଧରଣୀଧର ମେଡିକାଲ କଲେଜରେ ଭର୍ତ୍ତି। ପ୍ରଭାତ ନା ରେ ବିଭିନ୍ନ ଥାନାରେ ୪୦ରୁ ଉର୍ଦ୍ଧ୍ୱ ମାମଲା ରହିଛି। କିଛି ଦିନ ପୁର୍ବରୁ ବନ୍ଧୁକ ମୁନରେ ଆଠ ଲକ୍ଷ ଅଠର ହଜାର ଟଙ୍କା ଡକାୟତି ଘଟଣାରେ ଏହି ଅପରାଧି ସମ୍ପୃକ୍ତ ଥିବା ଜାଣି ଟାଙ୍ଗରାଣୀରୁ ତାକୁ ଗିରଫ୍ କରିଥିଲା। ଗିରଫ ପରେ ତା ଠାରୁ ୧୨ ହଜାର ଟଙ୍କା ଜବତ କରିଥିଲା ପୁଲିସ। ବାକି ପଇସା ସଦର ଥାନା ମହୁଲ ଡିହା ଜଙ୍ଗଲରେ ରଖିଥିବା କହିଥିଲା। ଯେତେବେଳେ ପୋଲିସ ତାକୁ ମହୁଲ ଡିହା ଜଙ୍ଗଲକୁ ପଇସା ଉଦ୍ଧାର କରିବା ପାଇଁ ନେଇଥିଲା ସେ ଗାତରୁ ପଇସା ବାହାର କରିବାକୁ ଯାଇ ଗାତରେ ରଖିଥିବା ଏକ ଦେଶୀ ବନ୍ଧୁକକୁ କାଢ଼ି ପୁଲିସ ଉପରକୁ ଗୁଳିମାଡ଼ କରିଥିଲା। ଫଳରେ ପୁଲିସ ନିଜ ସୁରକ୍ଷା ପାଇଁ ପାଲଟା ଗୁଳି ଚାଳନା କରିଥିଲା। ଯାହା ଫଳରେ ତାର ଡାହାଣ ଗୋଡ଼ରେ ଗୁଳି ବାଜିଥିଲା। ପରେ ତାକୁ ଉଦ୍ଧାର କରି ଧରଣୀ ଧର ମେଡିକାଲ କଲେଜ ରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି।

  • Related Posts

    କ୍ରୁଜ ମିସାଇଲ- LRLACMର ସଫଳ ପରୀକ୍ଷଣ

    ଚାନ୍ଦିପୁର: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ଦୂରଗାମୀ ଆକ୍ରମଣାତ୍ମକ କ୍ରୁଜ ମିସାଇଲ- LRLACM ର ସଫଳ ପରୀକ୍ଷଣ । ଗତକାଲି ଓଡ଼ିଶାର ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ବୀପରୁ ଏହି କ୍ଷେପଣସାସ୍ତ୍ରର…

    Continue reading
    ବନ୍ଧା ହେଲେ ରସିକିଆ ପ୍ରଫେସର

    ରାଜଧାନୀରୁ ବନ୍ଧା ହେଲେ ରସିକିଆ ପ୍ରଫେସର । ଛାତ୍ରୀଙ୍କୁ ସେକ୍ସୁଆଲ ଫେଭର ମାଗିବା ମହଙ୍ଗା ପଡିଲା। ଅଭିଯୁକ୍ତ ପ୍ରଫେସର ହେଲେ ଅଜିତ ଗୁପ୍ତା । ସେ ଜଣେ ଭେଟେରେନାରି ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରିଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ