ଏନକାଉଣ୍ଟର: ମାଓନେତା ଭାସ୍କର ମୃତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ନକ୍ସଲ ମୃତ୍ୟୁବରଣ କରିଛି। ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର ମୃତ୍ୟୁ ହୋଇଥିବା ବେଳେ ଗତକାଲି ଏନକାଉଣ୍ଟରରେ ଆଉ ଜଣେ ଆଗଧାଡ଼ିର ନକ୍ସଲ ଭାସ୍କରର ମୃତ୍ୟୁ ହୋଇଛି। ଭାସ୍କର ନାମରେ ସରକାର ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଭାସ୍କର ନିକଟରେ ଏକ ଏକେ-୪୭ ବନ୍ଧୁକ ଜବତ କରିଛି ପୁଲିସ।
ମୁଣ୍ଡଗୁଲା ଭାସ୍କର ରାଓ ଅରଫ ମଇଲାରାପୁ ତେଲେଙ୍ଗାନା ଜିଲ୍ଲାର ଆଦିଲାବାଦ ଜିଲ୍ଲାର ଉରୁମାଦଲା ଗ୍ରାମର ବାସିନ୍ଦା। ସେ ତେଲେଙ୍ଗାନା ଷ୍ଟେଟ କମିଟିର ସ୍ବତନ୍ତ୍ର ଜୋନାଲ କମିଟର ସଦସ୍ୟ ରହିଥିଲା। ଏଥିସହ ତେଲେଙ୍ଗାନା ରାଜ୍ୟ ସମିତିର ମଞ୍ଚେରିୟଲ କୋମରା ଭୀମ ସଂଗଠନର ସଚିବ ମଧ୍ୟ ରହିଥିଲା। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଏନକାଉଣ୍ଟରରେ ଆହୁରି କେତେ ନକ୍ସଲ ମୃତାହତ ହୋଇଛନ୍ତି ସେନେଇ ତଦନ୍ତ ଚାଲିଥିବା ପୁଲିସ କହିଛି। ପୁଲିସକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା ଯେ ତେଲେଙ୍ଗାନା ଷ୍ଟେଟ କମିଟି ନକ୍ସଲ ସଂଗଠନର ପ୍ରେସ ଇନଚାର୍ଜ ପ୍ରକାଶ ସମେତ ବହୁ ନକ୍ସଲ ଏଠାରେ କ୍ୟାମ୍ପ କରି ରହିଛନ୍ତି। ପୁଲିସ ତୁରନ୍ତ ଚଢାଉ କରିଥିଲା। ତେବେ ବହୁ ନକ୍ସଲ ଏହି ଏନକାଉଣ୍ଟରରେ ଖସି ପଳାଇବାରେ ସଫଳ ହୋଇଥିବା ପୁଲିସ କହିଛି। ତେବେ ଆହୁରି ଅଧିକା ନକ୍ସଲ ମୃତ୍ୟୁବରଣ କରିଥିବା ପୁଲିସ ଅନୁମାନ କରୁଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ