ଏନଡିଏ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ : ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏନଡିଏ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ । ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଥିବା ସୂଚନା ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ‘ଅପରେସନ ସିନ୍ଦୂର’ ନେଇ ପ୍ରଥମ ପ୍ରସ୍ତାବ । ‘ଅପରେସନ ସିନ୍ଦୂର’ରେ ସେନାବାହିନୀ ବୀରତ୍ବକୁ ତାରିଫ୍‌ କରାଗଲା । ଏହାପରେ ପ୍ରସ୍ତାବକୁ ସର୍ବସମ୍ମତି କ୍ରମେ ପାରିତ କରାଗଲା । ଏହି ପ୍ରସ୍ତାବ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଉପସ୍ଥାପନ କରିଥିବାବେଳେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ସମର୍ଥନ କରିଥିଲେ । ସେହିପରି ଜାତି ଜନଗଣନା ନେଇ ଦ୍ବିତୀୟ ପ୍ରସ୍ତାବ ପାରିତ ହୋଇଥିବା ନଡ୍ଡା କହିଛନ୍ତି ।
ଜାତିଭିତ୍ତିକ ରାଜନୀତି ନୁହେଁ, କେବଳ ଉନ୍ନତି ଚାହୁଁ ନେଇ ସହମତି’ ହୋଇଥିବା ସେ କହିଛନ୍ତି । ଏହି ପ୍ରସ୍ତାବ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଉପସ୍ଥାପନ କରିଥିବାବେଳେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣ ସମର୍ଥନ କରିଥିଲେ । ଆସନ୍ତା ଜୁନ୍ ୨୫ ଏବଂ ୨୬ରେ ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ ପୂରଣ ହେବ । ଗଣତନ୍ତ୍ରର ଗଳା କାଟିବାକୁ ଚେଷ୍ଟା କରିଥିବା ଲୋକଙ୍କ ବିଷୟରେ ଜନସାଧାରଣଙ୍କୁ ଜଣାଇବ ଏନଡିଏ କହିଛନ୍ତି ନଡ୍ଡା । ବୈଠକରେ “ନକ୍ସଲବାଦୀଙ୍କ ବିରୁଦ୍ଧରେ ଚାଲିଥିବା ଅଭିଯାନ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା । ଏନଡିଏ ମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ ମାନଙ୍କ ବୈଠକରେ ସାମିଲ୍ ଥିଲେ ୨୦ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ୧୮ ଉପମୁଖ୍ୟମନ୍ତ୍ରୀ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ‘ବିଙ୍ଗ୍‌ ଦ ସଲମାନ ଖାନ୍‌’ ୟୁଟ୍ୟୁବ୍‌ ଚ୍ୟାନେଲ ଖୋଲିଲେ ଭାଇଜାନ୍‌

    ଭୁବନେଶ୍ୱର : ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାନ୍‌ ଆଜି ନିଜର ପ୍ରଥମ ଅଫିସିଆଲ୍‌ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ୍‌ କରିଛନ୍ତି । ଏହାର ନାମ ସେ ‘ବିଙ୍ଗ୍‌ ଦ ସଲମାନ ଖାନ୍‌’ରଖିଛନ୍ତି । ସଲମାନ ଇନ୍‌ଷ୍ଟାଗ୍ରାମ୍‌ ଷ୍ଟୋରିରେ ନିଜ ୟୁଟ୍ୟୁବ୍‌ ଚ୍ୟାନେଲ୍‌ର ଲିଙ୍କ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ