ଏନଡିଏ ସଂସଦୀୟ ଦଳ ବୈଠକ ପୂର୍ବରୁ ମୋଦୀଙ୍କୁ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ: ସଂସଦ ଭବନରେ ଆଜି ବିଜେପି ନେତୃତ୍ୱାଧୀନ ଏନଡିଏ ସଂସଦୀୟ ଦଳର ବୈଠକ ଆରମ୍ଭ ହୋଇଛି। ଏହି ବୈଠକ ସଂସଦ ଭବନର ଅଡିଟୋରିୟମରେ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବୈଠକରେ ଯୋଗଦେବାକୁ ପହଞ୍ଚିବା ପରେ ଏନଡିଏ ସାଂସଦମାନେ ତାଙ୍କୁ ‘ହର ହର ମହାଦେବ’ ଏବଂ ‘ଭାରତ ମାତା କି ଜୟ’ ସ୍ଲୋଗାନ ଦେଇ ସ୍ୱାଗତ କରିଥିଲେ । ଏହା ସହ ‘ଅପରେସନ ସିନ୍ଦୂର’ର ସଫଳତା ପାଇଁ ଏନଡିଏ ସାଂସଦମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସମ୍ମାନିତ କରିଥିଲେ ବୋଲି ଜଣାପଡ଼ିଛି।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିଥିଲେ। ଏନଡିଏ ସଂସଦୀୟ ଦଳ ବୈଠକରେ ଅପରେସନ ସିନ୍ଦୂର ଏବଂ ଅପରେସନ ମହାଦେବର ସଫଳତା ଉପରେ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି ସମୟରେ ଏନଡିଏର ମହିଳା ସାଂସଦମାନେ ଆଗ ଧାଡିରେ ବସିଥିଲେ। ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତ ପରିବାର ପ୍ରତି ସମବେଦନା ପ୍ରକାଶ କରାଯାଇଥିଲା। ନୂତନ ସାଂସଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ପରିଚିତ କରାଯାଇଥିଲା।ସାଂସଦମାନଙ୍କର ଏହି ବୈଠକ ଦୀର୍ଘ ସମୟ ପରେ ଅନୁଷ୍ଠିତ ହେଉଛି ଏବଂ ସଂସଦର ଚଳିତ ଅଧିବେଶନରେ ଜାରି ଅଚଳାବସ୍ଥା ମଧ୍ୟରେ ଏହା ପ୍ରଥମ ବୈଠକ। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ତ୍ରିରଙ୍ଗା ଯାତ୍ରା ଏବଂ ବିରୋଧୀଙ୍କ ବିରୋଧରେ ରଣନୀତି ଉପରେ ମଧ୍ୟ ଆଲୋଚନା କରିପାରନ୍ତି ବୋଲି କୁହାଯାଉଛି। ଏନଡିଏର ଏହି ବୈଠକ ଏଥିପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ କାରଣ ଭାରତର ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଅଗଷ୍ଟ ୭ରୁ ଆରମ୍ଭ ହେଉଛି।

  • Related Posts

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ମୋହାଲି: ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ ୨ଜଣକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହା ସହ ଅନେକ ଆହତ ହୋଇଥିବା…

    ରୁଷରେ ଅଜିତ ଡୋଭାଲ

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଉତ୍ତେଜନାର ପରିସ୍ଥିତି ରହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷଠାରୁ ଭାରତର ତେଲ କ୍ରୟ ଉପରେ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଥିଲେ। ଏହି ସମୟରେ, ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଘଝଇ) ଅଜିତ ଡୋଭାଲ…

    Leave a Reply

    Your email address will not be published. Required fields are marked *

    You Missed

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ରୁଷରେ ଅଜିତ ଡୋଭାଲ

    ରୁଷରେ ଅଜିତ ଡୋଭାଲ

    ନବ ଦାସ ହତ୍ୟା ମାମଲା: ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ନବ ଦାସ ହତ୍ୟା ମାମଲା:  ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ୫.୫%ରେ ରେପୋ ଅପରିବର୍ତ୍ତିତ