ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ, ବିଜେଡି ତାକୁ ସମର୍ଥନ କରିବ ନାହିଁ । ବିଗତ ଦିନରେ ନରେନ୍ଦ୍ର ମୋଦୀ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ ଆମେ ତାକୁ ସମର୍ଥନ କରିଥିଲୁ। ହେଲେ ଏବେ ସେ ପରିସ୍ଥିତି ନାହିଁ। ୱାକ୍ଫ ରେ କଣ ହୋଇଥିଲା ତାହା ଏବେ ଆଲୋଚନାର ବିଷୟ ନୁହେଁ।
ଉପରାଷ୍ଟ୍ରପତି ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହେବା ଦିନଠୁ, କଥା ଉଠିଥିଲା ଯେ ବିଜେଡି ଏଥର କାହାକୁ ସମର୍ଥନ କରିବ। ଯଦି ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରେ, ତେବେ ବିଜେପି ପ୍ରେମ ପଦାରେ ପଡ଼ିବ। ଏହାସହ ଦଳ ଯଦି ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ସମର୍ଥନ କରେ, ତେବେ ଜାତୀୟ ରାଜନୀତିରେ ନୂଆ ଏକ ସମୀକରଣ ଦେଖିବାକୁ ମିଳିବ। ଏହାସହ ଯଦି ବିଜେଡି ସମଦୂରତ୍ୱ ଫର୍ମୁଲାରେ କୌଣସି ବି ପ୍ରାର୍ଥୀଙ୍କୁ ସମର୍ଥନ ନ ଜଣାଏ, ତେବେ ଦିଲ୍ଲୀ ପଲିଟିକ୍ସରେ ଦଳ ନିଜର ଓଜନ ହରାଇବ। ତେଣୁ ଦେଖିବାକୁ ବାକି ରହିଲା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏନେଇ କଣ ନିଷ୍ପତ୍ତି ନେଉଛନ୍ତି।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ପଞ୍ଚାୟତ ଉପ-ନିର୍ବାଚନ କରିବା ପାଇଁ ଡରୁଛନ୍ତି ସରକାର:ଜୟଦେବ ଜେନା

    ଭୁବନେଶ୍ୱର: କେବେ ହେବ ପଞ୍ଚାୟତ ଉପ-ନିର୍ବାଚନ ? ଏହାକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାଜ୍ୟରେ ବହୁ ଦିନ ଧରି ଖାଲି ପଡିଛି ୱାର୍ଡ ମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ମେମ୍ବର ଏବଂ ଜିଲ୍ଲା ପରିଷଦ ପଦବୀ ।…

    Leave a Reply

    Your email address will not be published. Required fields are marked *

    You Missed

    Karnataka Chief Electoral Officer demands declaration on “vote chori” Allegation

    Rural Housing and Drinking Water Projects will be monitored digitally on Daily basis

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା