ଏପ୍ରିଲ ୨ରେ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ରେ ଶିଶୁବାଟିକା ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ କାର୍ୟ୍ୟକ୍ରମ କରାଯିବ। ଏହି କାର୍ୟ୍ୟକ୍ରମରେ ଶିଶୁଙ୍କ ସହ ଅଭିଭାବକ, ନିର୍ବାଚିତ ପ୍ରତିନିଧି, ଅଧିକାରୀ ଏବଂ ସାମାଜିକ ସଙ୍ଗଠନ କର୍ମକର୍ତ୍ତାମାନେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଏନେଇ ବିଭାଗ ପକ୍ଷରୁ ନିମନ୍ତ୍ରଣପତ୍ର ବାଣ୍ଟିବା ସହ କାର୍ୟ୍ୟକ୍ରମ ଆୟୋଜନ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ (ଓସେପା)ର ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ସମସ୍ତ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏପ୍ରିଲ ୬, ୭ ଓ ୮ରେ ବିଦ୍ୟାଳୟସ୍ତରରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ନେଇ କାର୍ୟ୍ୟକ୍ରମ କରାଯିବ।

ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର ୧୭ରୁ ୧୯ ତାରିଖ ମଧ୍ୟରେ ଶିଶୁବାଟିକାରେ ଯୋଗଦେବାକୁ ଥିବା ଶିଶୁଙ୍କ ପରିବାରକୁ ବଣ୍ଟନ କରାଯିବ। ଶିଶୁବାଟିକା ଓ ପ୍ରଥମ ଶ୍ରେଣୀକୁ ପ୍ରବେଶ କରୁଥିବା ଶିଶୁଙ୍କ ତାଲିକା ପ୍ରସ୍ତୁତି ସହ ନିମନ୍ତ୍ରଣପତ୍ର ବଣ୍ଟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ପ୍ରତି ବ୍ଲକରେ ଜିଲା ପ୍ରଶାସନ ପକ୍ଷରୁ ଏପ୍ରିଲ ୨ରେ ଶିକ୍ଷା ସଚେତନତା ରଥ ବୁଲିବ। ଆସ ସ୍କୁଲଯିବା ୨.୦ ଅଭିଯାନ ଅନୁସାରେ ଡ୍ରପ୍‌ଆଉଟ୍‌ ଏବଂ ସ୍କୁଲ ଯାଉ ନ ଥିବା ଶିଶୁଙ୍କୁ ବିଦ୍ୟାଳୟକୁ ଅଣାଯିବ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ