ଏମ୍‌ଏଲ୍‌ଏ ଲ୍ୟାଡ୍‌ ପାଇଁ ସ୍ବତନ୍ତ୍ର ପୋର୍ଟାଲ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,16।08: ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌) ପାଇଁ ଏକ ସ୍ବତନ୍ତ୍ର ୱେବ୍ ପୋର୍ଟାଲ ଆଜି ଆରମ୍ଭ ହୋଇଛି। ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବା ସହ ‘ଏମ୍‌ଏଲ୍‌ଏ ଲ୍ୟାଡ୍‌’ ଓ ‘ସିଏମ୍-ଏସ୍.ଏ’ର ସରଳୀକୃତ ଗାଇଡ୍‌ଲାଇନ୍‌ ଉନ୍ମୋଚିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟୋପଯୋଗୀ ହୋଇପାରିଛି। ନୂଆ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ। ନୂଆ ଗାଇଡ୍‌ଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡ଼ିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବା ବେଳେ ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍‌ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏହା ସହିତ ପ୍ରକଳ୍ପର ସୁପାରିସ୍‌ଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ (କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି। ସେହିପରି ସିଏମ୍‌-ଏସ.ଏ ଗାଇଡ୍‌ଲାଇନର ମଧ୍ୟ ସରଳୀକରଣ କରାଯାଇଛି। ଏହା ଦ୍ୱାରା ପ୍ରକଳ୍ପଗୁଡ଼ିକ ଠିକ୍ ସମୟ‌ରେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ।

  • Related Posts

    ବିଜେଡିରୁ ନିଲମ୍ବିତ ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ

    ଭୁବନେଶ୍ବର : ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ। ସେହିପରି ମୁକ୍ତିକାନ୍ତଙ୍କ ପତ୍ନୀ ତଥା ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ମଧ୍ୟ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କ ବିରୋଧରେ ଦଳର ସୁପ୍ରିମୋ…

    Continue reading
    ଆଜିଠୁ ଗାଁରେ ଡେରା ପକାଇବେ ବିଜେପି ନେତା, ଘରକୁ ଘର ବୁଲି ସଫଳତା ବଖାଣିବେ

    ଭୁବନେଶ୍ୱର: ଆଜିଠୁ ଗାଁକୁ ଯିବେ ବିଜେପି ନେତା । ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଗାଁରେ ଡେରା ପକାଇବେ । ଘରକୁ ଘର ବୁଲି ସରକାରର ସଫଳତା ବଖାଣିବେ । ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ