ଭୁବନେଶ୍ବର,16।08: ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍) ପାଇଁ ଏକ ସ୍ବତନ୍ତ୍ର ୱେବ୍ ପୋର୍ଟାଲ ଆଜି ଆରମ୍ଭ ହୋଇଛି। ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବା ସହ ‘ଏମ୍ଏଲ୍ଏ ଲ୍ୟାଡ୍’ ଓ ‘ସିଏମ୍-ଏସ୍.ଏ’ର ସରଳୀକୃତ ଗାଇଡ୍ଲାଇନ୍ ଉନ୍ମୋଚିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟୋପଯୋଗୀ ହୋଇପାରିଛି। ନୂଆ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ। ନୂଆ ଗାଇଡ୍ଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡ଼ିକୁ ଗ୍ରହଣ କରିବାର ବ୍ୟବସ୍ଥା ଥିବା ବେଳେ ଅନାବଶ୍ୟକ ପ୍ରକଳ୍ପଗୁଡିକୁ ବାଦ୍ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏହା ସହିତ ପ୍ରକଳ୍ପର ସୁପାରିସ୍ଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ଯ୍ୟନ୍ତ (କାର୍ଯ୍ୟାଦେଶ ପର୍ଯ୍ୟନ୍ତ) ସମୟ ଅବଧି ୩୦ ଦିନ ରଖାଯାଇଛି। ସେହିପରି ସିଏମ୍-ଏସ.ଏ ଗାଇଡ୍ଲାଇନର ମଧ୍ୟ ସରଳୀକରଣ କରାଯାଇଛି। ଏହା ଦ୍ୱାରା ପ୍ରକଳ୍ପଗୁଡ଼ିକ ଠିକ୍ ସମୟରେ କାର୍ଯ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ।
ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ
ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…








