ଏମ୍‌ଏସ୍‌ପି ବାବଦକୁ ୫୮୬୨ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ପ୍ରତ୍ୟେକ ମଣ୍ଡିରେ ଚାଷୀମାନଙ୍କ ହିତ ପାଇଁ ଅଧିକାରୀମାନେ ନିଯୁକ୍ତ ହୋଇ ଧାନକିଣା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଧାନ ବିକ୍ରୟର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସେମାନଙ୍କ ଧାନକିଣା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ୨୭ ଜିଲାରେ ଧାନକିଣା ଜାରି ରହିଛି। ଏବେ ସୁଦ୍ଧା ଅନୁଗୋଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେଉଁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଆଦି ଜିଲାର ୫ ଲକ୍ଷ ୩୪ ହଜାର ୪୧୦ ଜଣ ଚାଷୀଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟକ ମୂଲ୍ୟ ସହ ଇନ୍‌ପୁଟ୍‌ ସହାୟତା ପ୍ରଦାନ କରାଯାଇଛି। ଏହି ମର୍ମରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବାବଦକୁ ପ୍ରାୟ ୫୮୬୨ କୋଟି ଏବଂ ଇନ୍‌ପୁଟ୍‌ ସହାୟତା ବାବଦକୁ ପ୍ରାୟ ୨୦୩୯ କୋଟି ଟଙ୍କା ଏ ପର୍ୟ୍ୟନ୍ତ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ବିଭିନ୍ନ ସରକାରୀ ଛୁଟି ଓ ରବିବାରଗୁଡ଼ିକରେ ମଧ୍ୟ ଏହି ରାଶି ପ୍ରଦାନ ନିମନ୍ତେ ପ୍ରକ୍ରିୟା ଜାରି ରହିଛି। ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ସର୍ବନିମ୍ନ ସହାୟତା ମୂଲ୍ୟ ଏବଂ ଇନ୍‌ପୁଟ୍‌ ସହାୟତା ପ୍ରଦାନ ପାଇଁ ଏକ ତ୍ରିସ୍ତରୀୟ ପ୍ରକ୍ରିୟା କାର୍ୟ୍ୟକ୍ଷମ କରାଯାଇଛି। ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି, ଯେଉଁଥିରେ ସରକାରଙ୍କ ବୈଷୟିକ ବିଶେଷଜ୍ଞ ଏବଂ ଅଧିକାରୀଙ୍କ ଏକ ଟିମ୍‌ ୨୪ ଘଣ୍ଟା ଭିତ୍ତିରେ ନିରନ୍ତର କାର୍ୟ୍ୟ କରୁଛନ୍ତି। ସରକାର ନିର୍ଦ୍ଧାରିତ ସମୟରେ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ଏକ ୧୫ ଜଣିଆ ବୈଷୟିକ ଟିମ୍‌ ନିୟୋଜିତ ହୋଇଛନ୍ତି। ସେମାନେ ଦୁଇଟି ଦଫାରେ କାର୍ୟ୍ୟକରି ଧାନକିଣା ଉପରେ ନଜର ରଖୁଛନ୍ତି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ