ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍‌ବିବିଏସ୍‌ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍‌ସିଲ୍‌ ଆଣ୍ଟି ରାଗିଂ ସେଲ୍‌କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍‌ ଏମ୍‌କେସିଜି ଡିନ୍‌ଙ୍କୁ ଏ ନେଇ ଇ-ମେଲ କରିବା ପରେ ଏହାର ତଦନ୍ତ ଆରମ୍ଭ ହୋଇଛି । ସୋମବାର ଆଣ୍ଟି ରାଗିଂ ସେଲ୍‌ ବୈଠକ ହେବ ବୋଲି କହିଛନ୍ତି ରେଜିଷ୍ଟ୍ରାର ସଂଗ୍ରାମ ପଣ୍ଡା । ସିନିଅର ପୁଅ ଓ ଝିଅ ମାନେ ଜୁନିୟର ମାନଙ୍କୁ ରାଗିଂ କରି ଖାତା ଲେଖିବାକୁ ଦେଇଛନ୍ତି ବୋଲି ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ତଦନ୍ତ କରାଯାଇଛି । ରିପୋର୍ଟ ଆସିବା ପରେ ସତ୍ୟତା ଜଣାପଡିବ । ସୋମବାର କଲେଜରେ ଆଣ୍ଟି ରାଗିଂ ସେଲ ବୈଠକ ରଖାଯାଇଛି । ସେଠାକୁ ଜୁନିୟର ଓ ସିନିୟର ପିଲାଙ୍କୁ ମଧ୍ୟ ଡକାଯାଇଛି । ବେନାମୀ ଅଭିଯୋଗ ଥିବାରୁ କିଏ ଅଭିଯୋଗ କରିଛନ୍ତି ତାହା ମଧ୍ୟ ଜଣାପଡୁ ନାହିଁ । ଆଣ୍ଟି ରାଗିଂ ସେଲ ବୈଠକରେ ପିଲାଙ୍କୁ ବ୍ୟକ୍ତିଗତ ଭାବେ ଡାକି ପଚରାଯିବ ବୋଲି ରେଜିଷ୍ଟ୍ରାର କହିଛନ୍ତି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ