ଏମ୍‌ସ ଦିଲ୍ଲୀରେ ଭର୍ତ୍ତି ହେଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ଗତକାଲି ତିନି ଜଣ ଦୁର୍ବୃତ୍ତଙ୍କ ଦ୍ବାରା ଅଗ୍ନିକାଣ୍ଡର ଶିକାର ହୋଇ ଶରୀରର ପ୍ରାୟ ୭୫ ପ୍ରତିଶତ ପୋଡ଼ି ଯାଇଥିବା ପୀଡ଼ିତାଙ୍କୁ ଆଜି ଅପରାହ୍‌ଣରେ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଛି। ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟନିଟ୍‌ରେ ଭର୍ତ୍ତି କରାଯାଇଛି।
ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏହି କ୍ରମରେ ଆଜି ଏମ୍ସ ଭୁବନେଶ୍ବରରୁ ଗ୍ରୀନ୍‌ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା। ଏହା ପରେ ଏୟାର ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ।
ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି। ଏହି ଘଟଣାରେ ତ୍ୱରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି। ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି। ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୀଡ଼ିତାଙ୍କୁ ଦିଲ୍ଲୀ ନିଆଯାଇଛି। ଏଥିଲାଗି ଗ୍ରିନ୍ କରିଡର୍‌ର ବ୍ୟବସ୍ଥା କରାଯାଇଥିଲା। ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।

  • Garvita Odia

    Related Posts

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଭୁବନେଶ୍ୱର: ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର