ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌ ପୁଣି ଥରେ ସାମ୍ନାକୁ ଆସିଛି। ଏହି ମାମଲାରେ ସିବିଆଇ ବିହାରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣକ ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ସହଯୋଗୀ ବୋଲି ଜଣାପଡ଼ିଛି। ଗିରଫ କରାଯିବା ପରେ ଅଭିଯୁକ୍ତକୁ ଟ୍ରାନଜିଟ୍‌ ରିମାଣ୍ଡରେ ଅଣାଯାଉଛି।

ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତ ଦୁର୍ନୀତି ମାମଲାରେ ପ୍ରଥମେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲା। କିନ୍ତୁ ମାମଲାରେ ଅନ୍ତଃରାଜ୍ୟ ଲିଙ୍କ ସାମ୍ନାକୁ ଆସିବା ପରେ ତଦନ୍ତ ଦାୟିତ୍ଵ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ରହିଛି।
ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

  • Related Posts

    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading
    ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

    ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ