ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗୁରୁବାର ଅପରାହ୍ଣରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବଜ୍ରପାତ ସମ୍ଭାର,ବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ