ଏସସିବି : ଆଉ ଗୋଟିଏ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା ପାଇଁ ଚାଲିଥିବା ମେଗା ପୁନଃବିକାଶ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଏସସିବି ମେଡିକାଲ ପରିସରରେ ୪ଟି ନୂତନ କ୍ଲିନିକାଲ୍ ଏବଂ ଗୋଟିଏ ଆବାସିକ ବ୍ଲକର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆବାସିକ ବ୍ଲକର ନିର୍ମାଣ ପ୍ରାୟତଃ ସମ୍ପୂର୍ଣ୍ଣ ହୋଇଥିବାବେଳେ କ୍ଲିନିକାଲ୍ ବ୍ଲକ ଗୁଡିକ ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ଶେଷ ହେବ ବୋଲି ସୂଚନା ଦିଆଯାଇଥିଲା। ଏହା ସହିତ ଆଉ ଏକ ମେଡିସିନ୍ ବ୍ଲକ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଖୁବ୍‌ ଶୀଘ୍ର ସ୍ଥାନ ନିରୂପଣ କରି ପ୍ରସ୍ତାବ ଦେବାକୁ ସେ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣାଧୀନ ବହୁତଳ କାର ପାର୍କିଂ (MLCP) ଏବଂ ହସ୍ପିଟାଲର ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ କାର୍ଯ୍ୟର ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା କରାଯାଇଛି। ମେଡିକାଲ ପରିସରକୁ ଆସୁଥିବା ରୋଗୀ, ସେମାନଙ୍କ ସମ୍ପର୍କୀୟ ଏବଂ ଡାକ୍ତରମାନଙ୍କ ପାଇଁ ଯାତାୟାତ ଓ ପାର୍କିଂ ବ୍ୟବସ୍ଥାକୁ ସୁଗମ କରିବା ଏହି ନିର୍ମାଣର ମୁଖ୍ୟ ଉଦ୍ଦେଶ୍ୟ।

ଏହି ସମୀକ୍ଷାରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଏସସିବିକୁ ଆସୁଥିବା ହଜାର ହଜାର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଆଧୁନିକ ଚିକିତ୍ସା ସେବା ଯୋଗାଇଦେବା ପାଇଁ କ୍ଲିନିକାଲ ବ୍ଲକଗୁଡ଼ିକର ନୂତନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହିତ ହସ୍ପିଟାଲ ସଂଲଗ୍ନ ତାଳଦଣ୍ଡା କେନାଲର ଦୁଇ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ସୁସଜ୍ଜିତ କରିବା, ଚଉଡ଼ା ରାସ୍ତା ନିର୍ମାଣ କରିବା ଏବଂ ସୌନ୍ଦର୍ଯ୍ୟକରଣ କରି ମନୋରମ ପରିବେଶ ସୃଷ୍ଟି କରାଯିବା ଆବଶ୍ୟକ। ପ୍ରଥମ ପର୍ଯ୍ୟାୟରେ ନିର୍ମାଣାଧୀନ ବହୁତଳ କାର ପାର୍କିଂ (MLCP) ଏବଂ ତାଳଦଣ୍ଡା କେନାଲ ସଂଯୋଜିତ ଟ୍ରାଫିକ କରିଡର କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପ୍ରକଳ୍ପ ଅଧୀନରେ ନିର୍ମାଣ ହେଉଥିବା ପାର୍କିଂ ବ୍ୟବସ୍ଥା ଦ୍ୱାରା ଏସସିବି ଏବଂ ନିକଟସ୍ଥ ଆଚାର୍ଯ୍ୟ ହରିହର କର୍କଟ ରୋଗ ପ୍ରତିଷ୍ଠାନକୁ ଆସୁଥିବା ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ଟ୍ରାଫିକ ସମସ୍ୟା ଦୂର ହୋଇପାରିବ। ଏଥିସହିତ ମେଡିକାଲ ସଂଲଗ୍ନ ବୋଷ ଇଞ୍ଜିନିୟରିଂ ସ୍କୁଲ, ବିଜୁ ପଟ୍ଟନାୟକ ଫିଲ୍ମ ଆଣ୍ଡ ଟେଲିଭିଜନ ଇନଷ୍ଟିଚ୍ୟୁଟ ଏବଂ ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟ (Maritime Museum) ଅଞ୍ଚଳଗୁଡ଼ିକର ସମନ୍ୱିତ ପାର୍ଶ୍ୱବର୍ତ୍ତୀ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ମଧ୍ୟ ଏଥିସହିତ ସଂଯୋଜିତ କରାଯାଇଛି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୁଣବତ୍ତା ବଜାୟ ରଖି ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହିତ ରାଉରକେଲାର ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ ହନୁମାନ ବାଟିକାର ବିକାଶ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ରୂପାନ୍ତରଣକୁ ନେଇ ଏହି ବୈଠକରେ ଆଲୋଚନା କରାଯାଇଛି। ଓଡ଼ିଶା ବ୍ରିଜ୍ ଆଣ୍ଡ କନଷ୍ଟ୍ରକ୍ସନ କର୍ପୋରେସନ ଲିମିଟେଡ (OBCC) ଦ୍ୱାରା ହାତକୁ ନିଆଯାଉଥିବା ନୂତନ ନିର୍ମାଣ କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ଶୈଳୀ ଓ ଭାବନାକୁ ଆଧାର କରି ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ସମୀକ୍ଷା ସମୟରେ ବାଟିକା ପରିସର ମଧ୍ୟରେ ଚାଲିଥିବା ଏବଂ ପ୍ରସ୍ତାବିତ କଲ୍ୟାଣ ମଣ୍ଡପ ସମେତ ଅନ୍ୟାନ୍ୟ ଆଧ୍ୟାତ୍ମିକ ସଂରଚନାର ନିର୍ମାଣ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାଟିକାର ପବିତ୍ରତା ଓ ପ୍ରାକୃତିକ ପରିବେଶକୁ ଅକ୍ଷୁଣ୍ଣ ରଖି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ କରିବାକୁ କୁହାଯାଇଛି। ଏଥିସହିତ ବାଟିକା ବାହାରେ ଥିବା ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ସୌନ୍ଦର୍ଯ୍ୟକରଣ, ପ୍ରଶସ୍ତ ଗମନାଗମନ ପଥ ଏବଂ ଆଲୋକୀକରଣ କାର୍ଯ୍ୟ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
ଏହି ସମୀକ୍ଷା ସମୟରେ ବାଟିକା ପରିସର ମଧ୍ୟରେ ଚାଲିଥିବା ଏବଂ ପ୍ରସ୍ତାବିତ କଲ୍ୟାଣ ମଣ୍ଡପ ସମେତ ଅନ୍ୟାନ୍ୟ ଆଧ୍ୟାତ୍ମିକ ସଂରଚନାର ନିର୍ମାଣ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାଟିକାର ପବିତ୍ରତା ଓ ପ୍ରାକୃତିକ ପରିବେଶକୁ ଅକ୍ଷୁଣ୍ଣ ରଖି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ କରିବାକୁ କୁହାଯାଇଛି। ଏଥିସହିତ ବାଟିକା ବାହାରେ ଥିବା ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ସୌନ୍ଦର୍ଯ୍ୟକରଣ, ପ୍ରଶସ୍ତ ଗମନାଗମନ ପଥ ଏବଂ ଆଲୋକୀକରଣ କାର୍ଯ୍ୟ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ବୈଠକରେ ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ସ୍ୱାସ୍ଥ୍ୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ., OBCCର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅନୁପମ ଶାହା, କଟକ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଏବଂ କଟକ ମହାନଗର ନିଗମ କମିଶନର କିରନ୍‌ଦୀପ କୌର ସାହୋଟା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।

  • Related Posts

    ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର

    କଟକ: ପାର୍ବଣ ଆଗରୁ ପନିରକୁ ନେଇ ଲୋକଙ୍କ ମନରେ ଛନକା। ଖୁଲମ ଖୁଲା ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର । ପନିରକୁ ନେଇ ଧରପଗଡ ଚାଲିଥିବାବେଳେ ଗତକାଲି ବିପୁଳ ପରିମାଣର ଅପମିଶ୍ରିତ ପନିରକୁ ଧରିଛି କଟକ ମହାନଗର ନିଗମ ସ୍ୱାସ୍ଥ୍ୟ…

    Continue reading
    ପୋଲିସ-ଅନଲାଇନ ଚାଳକ ମୁହାଁମୁହିଁ ଘଟଣା: ବର୍ତ୍ତମାନ ସୁଦ୍ଧା ୧୧୩ ଗିରଫ

    ମାଷ୍ଟର କ୍ୟାଣ୍ଟିନରେ ପୋଲିସ-ଅନଲାଇନ ଅଟୋ ଓ ଟାକ୍ସି ଚାଳକ ମୁହାଁମୁହିଁ ଘଟଣା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୩ ଜଣଙ୍କୁ ଗିରଫ କରାଯାଇଛି। ୬୦ ଜଣଙ୍କୁ ଉତ୍ତମ ବ୍ୟବହାର ଲାଗି ଛାଡ଼ି ଦିଆଯାଇଛି। ୩୫୪ଟି ଯାନବାହନ ଜବତ କରାଯାଇଛି। ଖାରବେଳନଗର ଥାନାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ