ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍‌ଘାଟିତ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହୋଇଛି ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ଆନୁଷ୍ଠାନିକ ଭାବେ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬କୁ ଉଦ୍‌ଘାଟନ କରିଛନ୍ତି।

କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬ ଓଡ଼ିଶାରେ ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ। ଦୀର୍ଘ ୮ ବର୍ଷ ପରେ ଓଡ଼ିଶାରେ ଅନ୍ତର୍ଜାତୀୟ ସ୍ତରୀୟ ରଗ୍‌ବୀ ଚାମ୍ପିୟନସିପ୍ ଅନୁଷ୍ଠିତ ହେଉଛି। ଏହି ଅନ୍ତର୍ଜାତୀୟ ଚାମ୍ପିୟନସିପ୍‌ରେ ୧୦ ଟି ଦେଶର ୧୭ଟି ଟିମ୍ (୧୦ ଟି ପୁରୁଷ ଟିମ୍ ଓ ୭ଟି ମହିଳା ଟିମ୍) ଅଂଶଗ୍ରହଣ କରିଛନ୍ତି। ଭାରତ ପୁରୁଷ ଟିମ୍‌ରେ ୫ଜଣ ଓଡ଼ିଆ କ୍ରୀଡ଼ାବିତ୍‌ ଓ ମହିଳା ଟିମ୍‌ରେ ୩ଜଣ ଓଡ଼ିଆ କ୍ରୀଡ଼ାବିତ୍‌ ସ୍ଥାନ ପାଇଛନ୍ତି। ସମସ୍ତ କ୍ରୀଡ଼ାବିତ୍‌ଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଓଡ଼ିଶାରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ ନିଶ୍ଚିତ ଭାବେ ଆମ ରାଜ୍ୟର ଯୁବ କ୍ରୀଡ଼ାବିତ୍‌ମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ନିଜର ଭବିଷ୍ୟତ ନିର୍ମାଣ କରିବା ପାଇଁ ପ୍ରେରଣା ପ୍ରଦାନ କରିବ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

ଭାରତୀୟ ରଗ୍‌ବୀ ଫୁଟବଲ୍‌ ୟୁନିୟନ୍‌ର ସଭାପତି ଶ୍ରୀ ରାହୁଲ ବୋଷ କହିଛନ୍ତି ଯେ, ଚଳିତ ବର୍ଷ କଳିଙ୍ଗ ଷ୍ଟାଡିୟମରେ ୩ଟି ଜାତୀୟ ସ୍ତରୀୟ ରଗ୍‌ବୀ ଚାମ୍ପିୟନସିପ୍ (ସବ୍-ଜୁନିୟର ନ୍ୟାସନାଲ ରଗ୍‌ବୀ ସେଭେନ୍ସ ଚାମ୍ପିୟନସିପ୍, ଅସ୍ମିତା ରଗ୍‌ବୀ ଲିଗ୍-ନ୍ୟାସନାଲ ଏବଂ ନ୍ୟାସନାଲ ରଗ୍‌ବୀ ୧୫ ଏସ୍‌ ଚାମ୍ପିୟନସିପ୍- ଡିଭିଜନ୍‌ ୧) ଅନୁଷ୍ଠିତ ହୋଇଛି। ଏହାପରେ ଅନ୍ତର୍ଜାତୀୟ ସ୍ତରୀୟ ଚାମ୍ପିୟନସିପ୍ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬ ମଧ୍ୟ କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜନ ହେବା ଅତ୍ୟନ୍ତ ଆନନ୍ଦର ବିଷୟ। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରି ଓଡ଼ିଶା ବିଶ୍ୱ କ୍ରୀଡ଼ା ଜଗତରେ ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିପାରିଛି। ରଗ୍‌ବୀର ବିକାଶ ପାଇଁ ଓଡ଼ିଶା ସରକାର ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ ନିରନ୍ତର ଭାବେ ସହଯୋଗ ପ୍ରଦାନ କରିଛନ୍ତି ବୋଲି ଶ୍ରୀ ରାହୁଲ ବୋଷ ମତପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ନଭେମ୍ବର ୧୪ ଓ ୧୫ ତାରିଖ ଦୁଇ ଦିନ ଧରି କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍ ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ ୨୫ଟି ମ୍ୟାଚ୍ ଅନୁଷ୍ଠିତ ହେଉଛି। ଆଜିର ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ, ନିର୍ଦ୍ଦେଶକ ଡ଼ା. ୟେଦୁଲା ବିଜୟ, ରଗ୍‌ବୀ ଇଣ୍ଡିଆର ସେକ୍ରେଟାରୀ ଗେରାଲ୍‌ଡ ପ୍ରଭୁ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ‘ଅକଭାନ୍’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍ ’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ । ବାତ୍ୟା ପାଇଁ ୩ଟି ସମ୍ଭାବ୍ୟ ଗତିପଥ, ତାମିଲନାଡୁ-ଆନ୍ଧ୍ର, ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଓ ମିଆଁମାର ଉପକୂଳକୁ ନେଇ ଆକଳନ । ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ଅକଭାନ୍ ’ର ଗତିପଥକୁ…

    Continue reading
    ବାତ୍ୟା ପ୍ରଭାବ: ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

    ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !