ଏହି ଜିଲାରେ ଆଜିଠୁ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି।

ସେହିପରି କଳାହାଣ୍ଡିରେ ଆଜିଠୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ କଲେଜ,ଅଙ୍ଗନୱାଡିକୁ ଛୁଟି ଘୋଷଣା କରାଯାଇଛି। ସୁବର୍ଣ୍ଣପୁର ଜିଲାରେ ମଧ୍ୟ ଶନିବାରଠାରୁ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ଏବଂ ବଲାଙ୍ଗୀରରେ ମଧ୍ୟ ଶନିବାରଠାରୁ ଆସନ୍ତା ୨୧ ତାରିଖ ଯାଏ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସଓପି ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ପରିଚାଳନା ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସହ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

    ଭୁବନେଶ୍ୱର,୨୧/୦୪/୨୦୨୬:ବର୍ତ୍ତମାନ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଥିବା ଭୌଗୋଳିକ-ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ପୁନର୍ବାର ନିଶ୍ଚିତ କରିଛି ଯେ, ସାରା ଓଡ଼ିଶାରେ ଏଲପିଜି, ପେଟ୍ରୋଲ ଓ ଡିଜେଲର ଯୋଗାଣ ସ୍ୱାଭାବିକ ଓ ସ୍ଥିର ରହିଛି। ସମଗ୍ର…

    Continue reading
    ଜେଇଇ ମେନ୍ ୨୦୨୬ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୪୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

    ଭୁବନେଶ୍ୱର,୨୧/୦୪/୨୦୨୬: ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଏଣ୍ଟ ଏଣ୍ଟ୍ରାନ୍ସ ପରୀକ୍ଷା ମେନ୍ ୨୦୨୬ (ସେସନ୍-୨) ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିବା ସହ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ବିଭିନ୍ନ ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ମୋଟ ୧୪୧ ଜଣ ଛାତ୍ରଛାତ୍ରୀ ଜେଇଇ (ଏଡଭାନ୍ସଡ୍)…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର