ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତୁହାକୁ ତୁହା ବର୍ଷାରେ ଭିଜୁଛି ପୂରା ଓଡି଼ଶା। ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସତର୍କ ରହିବା ସହ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ୨୦ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ମଧ୍ୟ ଗଜପତି, ଗଞ୍ଜମ, ନୟାଗଡ, ଖୋର୍ଦ୍ଧ, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତକାଲିଠୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡିଶା ଉପରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ