ଐତିହ୍ୟ ସଂରକ୍ଷଣ ଓ ଗବେଷଣା ଦିଗରେ ଯୁବପିଢ଼ିଙ୍କୁ ପ୍ରୋତ୍ସାହିତ କଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ରାଜ୍ୟ ସଂଗ୍ରହାଳୟ ପରିଦର୍ଶନରେ ଯାଇଥିଲେ। ରାଜ୍ୟ ସଂଗ୍ରହାଳୟରେ ରହିଥିବା ବିଭିନ୍ନ ଗ୍ୟାଲେରୀ ଗୁଡ଼ିକ ବୁଲି ଦେଖିବା ସହ ସଂଗ୍ରହାଳୟରେ ଇଣ୍ଟର୍ନସିପ୍ କରୁଥିବା ଛାତ୍ରଛାତ୍ରୀମାନଙ୍କ ସହ ଐତିହ୍ୟ ଓ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରଚାର ଓ ପ୍ରସାର ସମ୍ବନ୍ଧରେ ଆଲୋଚନା କରିଥିଲେ।

ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅନ୍ତର୍ଗତ ରାଜ୍ୟର ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନରେ ସ୍ନାତକ ପାଠ୍ୟକ୍ରମରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଇଣ୍ଟର୍ନସିପ୍‌ରେ ନିୟୋଜିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପ୍ରାୟ ୨୦୦ଜଣ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ କରାଯାଇଛି। ଛାତ୍ରଛାତ୍ରୀମାନେ ପ୍ରତ୍ନତତ୍ତ୍ୱ, ପ୍ରାଚୀନ ମୁଦ୍ରା, ପୋଥି, କଳା ଓ କାରୁକାର୍ଯ୍ୟ ବିଭାଗରେ ଇଣ୍ଟର୍ନସିପ୍ କରୁଛନ୍ତି। ଆମ ରାଜ୍ୟର ସମୃଦ୍ଧ ଐତିହ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ସହ ଏହି ଦିଗରେ ଯେପରି ଉଚ୍ଚ କୋଟୀର ଗବେଷଣା କରାଯାଇପାରିବ ସେ ସମ୍ବନ୍ଧରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ଆମ କଳା, ସଂସ୍କୃତି, ଐତିହ୍ୟ ଓ ସ୍ଥାପତ୍ୟ ହେଉଛି ଆମ ଗୌରବ। ଏହା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ଅନନ୍ୟ ପରିଚୟ ପ୍ରଦାନ କରିଛି। ଏହି ଦିଗରେ ଉଚ୍ଚତର ଗବେଷଣା କରିବା, ଏହାର ସଂରକ୍ଷଣ କରିବା ଏବଂ ଏହାକୁ ବିଶ୍ୱବିଦିତ କରିବା ଦିଗରେ ଯୁବପିଢ଼ିଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଇଣ୍ଟର୍ନସିପ୍‌ରେ ନିୟୋଜିତ ସମସ୍ତ ଛାତ୍ରଛାତ୍ରୀମାନେ ସଂଗ୍ରହାଳୟରେ ସ୍ଥାନିତ ହୋଇଥିବା ପ୍ରତ୍ନତତ୍ତ୍ୱ କୀର୍ତ୍ତିରାଜି, ପ୍ରାଚୀନ ମୁଦ୍ରା ଓ ତାଳପତ୍ର ପୋଥି, ଲିପିତତ୍ତ୍ୱ, ଚାରୁ ଓ କାରୁକଳା, ଅନୁଭବ ଐତିହ୍ୟ ସମ୍ବନ୍ଧରେ ଅବଗତ ହୋଇପାରୁଛନ୍ତି। ଇଣ୍ଟର୍ନସିପ୍ ମାଧ୍ୟମରେ ଛାତ୍ରଛାତ୍ରୀମାନେ କେବଳ ପାଠ୍ୟପୁସ୍ତକ ମଧ୍ୟରେ ନିଜକୁ ସୀମିତ ନ ରଖି ପାଠ୍ୟକ୍ରମର ପ୍ରୟୋଗାତ୍ମକ ଦିଗ ଉପରେ କାର୍ଯ୍ୟ କରୁଛନ୍ତି। ଏହା ନିଶ୍ଚିତ ଭାବେ ଛାତ୍ରଛାତ୍ରୀମାନଙ୍କ ଦକ୍ଷତା ବିକାଶ କରିବା ସହ ଇତିହାସ ଓ ପ୍ରତ୍ନତତ୍ତ୍ୱ କ୍ଷେତ୍ରରେ ଗବେଷଣାକୁ ପ୍ରୋତ୍ସାହନ ଦେବ, ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନେ ସଂସ୍କୃତି ମନ୍ତ୍ରୀଙ୍କ ସହ ଇଣ୍ଟର୍ନସିପ୍‌ର ଅଭିଜ୍ଞତା ବାଣ୍ଟିବା ସହ ନିଜର ଖୁସିବ୍ୟକ୍ତ କରିଥିଲେ।ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ଼. ଭାରତୀ ପାଲଙ୍କ ସମେତ ରାଜ୍ୟ ସଂଗ୍ରହାଳୟର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ