ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ ବଦଳି କରାଯାଇଥିବାବେଳେ ବିଡିଏ ଉପାୟୁକ୍ତ ପରେଶ କୁମାର ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଏବଂ ଯୁଧିଷ୍ଠିର ମେହେରଙ୍କୁ କେନ୍ଦୁଝର(ଆନନ୍ଦପୁର) ଅତିରିକ୍ତ ଉପଜିଲାପାଳ ଭାବେ ବଦଳି କରାଯାଇଛି। ସମ୍ପୃକ୍ତ ଅଧିକାରୀମାନଙ୍କୁ ଚଳିତମାସ ୧୦ ତାରିଖ ସୁଦ୍ଧା ନୂତନ ବଦଳି ସ୍ଥାନରେ ଯୋଗଦେବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷେ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର ସଂଗ୍ରାମ ଶେଖର ପଣ୍ଡାଙ୍କୁ ବରଗଡ଼ (ପଦ୍ମପୁର) ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଥିଲା। ତେବେ ଅନ୍ୟାଦେଶ ଜାରି ପର୍ୟ୍ୟନ୍ତ ଏହି ବଦଳି ଅର୍ଡରକୁ ସ୍ଥଗିତ ରଖାଯାଇଛି।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ