ଓଏସଏସସି ପ୍ରଶ୍ନପତ୍ରରେ ତ୍ରୁଟି

ଭୂବନେଶ୍ୱର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିସନ (OSSC) ଦ୍ୱାରା ଆୟୋଜିତ ପରୀକ୍ଷାର ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାକୁ ନେଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଘଟଣା ସର୍ବସମ୍ମୁଖକୁ ଆସିବା ପରେ ଓପିଏସସି କର୍ତ୍ତୃପକ୍ଷ ନୋଟିସ୍‌ ଜାରି କରି ନିଜର ତ୍ରୁଟି ସ୍ବୀକାର କରିଛନ୍ତି।ରବିବାର ଓଏସଏସସିର ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପାଇଁ ପରୀକ୍ଷା ଅନୁଷ୍ଟିତ ହୋଇଥିଲା। ଯେଉଁଠି ଏଭଳି ଗୁରୁତର ସମସ୍ୟା ପରିଲକ୍ଷିତ ହୋଇଛି।
ସୂଚନା ଅନୁଯାୟୀ ଆଜି ଓସିଏ ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍ ପରୀକ୍ଷା ଥିଲା। ହେଲେ ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି।
ଅନ୍ୟପଟେ, ଓଏସଏସସି କର୍ତ୍ତୃପକ୍ଷ ପ୍ରାର୍ଥୀଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଏହି ତ୍ରୁଟିଗୁଡ଼ିକର ସଂଶୋଧନ ପାଇଁ ଆବଶ୍ୟକିୟ ପଦକ୍ଷେପ ନିଆଯିବ। ତେବେ ପରୀକ୍ଷାର୍ଥୀମାନଙ୍କୁ ମେ ୪ ତାରିଖ ପୂର୍ବରୁ ଏହି ପରୀକ୍ଷାର ବିକଳ୍ପ ନେଇ ସୂଚନା ଦିଆଯିବ। ଇ-ମେଲ ଯୋଗେ ଏହି ସୂଚନା ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି, ଓପିଏସସି ପକ୍ଷରୁ ମଧ୍ୟ ଏହା ସୁନିଶ୍ଚିତ କରିବାକୁ ଚେଷ୍ଟା କରାଯାଉଛି ଯେ ଭବିଷ୍ୟତରେ ଏଭଳି ଭୁଲ ନ ଘଟେ। ତଥାପି, ବାରମ୍ବାର ଏହି ତ୍ରୁଟି ଘଟଣା କମିସନଗୁଡ଼ିକର ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ